Masthead

ବାହୁଡ଼ା ଯାତ୍ରା, ଜନ୍ମବେଦୀରୁ ରତ୍ନବେଦୀକୁ ଯାତ୍ରା

ପୁରୀ (ବଡ଼ ଖବର ବ୍ୟୁରୋ): ସରିଲା ଜନ୍ମବେଦୀରେ ଲୀଳାଖେଳା। ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ଜଗା ବଳିଆ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ। ଏଥିପାଇଁ ନୀତି ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି। ଜନ୍ମବେଦୀରୁ ରତ୍ନବେଦୀକୁ କରିବେ ଯାତ୍ରା । ବର୍ତ୍ତମାନ ଶରଧାବାଲିରେ ମହାପ୍ରଭୁଙ୍କୁ ଅପେକ୍ଷା କରିଛନ୍ତି ରଥତ୍ରୟ । ପରମ୍ପରା ଅନୁସାରେ ଗୁଣ୍ଡିଚା ମନ୍ଦିରରେ ସମସ୍ତ ନୀତିକାନ୍ତି ପରେ ଦିନ ୧୨ଟାରେ ପହଣ୍ଡି ଆରମ୍ଭ ହେବ। ଅପରାହ୍ନ ୪ଟାରେ ରଥଟଣା ପାଇଁ ସମୟ ଧାର୍ଯ୍ୟ ହୋଇଛି।

ରଥଟଣା ସରିବା ପରେ ରଥ ଉପରେ ଶ୍ରୀଜିଉଙ୍କ ଅନ୍ୟାନ୍ୟ ନୀତିକାନ୍ତି ସମ୍ପନ୍ନ ହେବ। ବାହୁଡ଼ା ନୀତିକାନ୍ତିକୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ବାହୁଡ଼ା ଯାତ୍ରାରେ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଭକ୍ତଙ୍କ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ତେବେ ଏହା ପୂର୍ବରୁ ଜନ୍ମବେଦି (ଆଡ଼ପମଣ୍ଡପ)ରୁ ଶେଷ ଦର୍ଶନ ଭାବେ ନବମୀ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧା ବିଗ୍ରହ। ଲକ୍ଷାଧିକ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନବମୀ ଦର୍ଶନ କରିଛନ୍ତି। ଏଥିପାଇଁ ଗତକାଲି ବଡ଼ଦାଣ୍ଡରେ ଭାବପୂର୍ଣ୍ଣ ପରିବେଶ ଦେଖିବାକୁ ମିଳିଥିଲା। ଲକ୍ଷାଧିକ ସଂଖ୍ୟାରେ ଭକ୍ତ ମେଡିକାଲ୍‌ ଛକରୁ ଧାଡ଼ିରେ ରହି ମହାପ୍ରଭୁଙ୍କ ଶେଷ ଆଡ଼ପମଣ୍ଡପ ଦର୍ଶନର ସୌଭାଗ୍ୟ ଅର୍ଜିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ