Masthead

ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିରକୁ ଫେରିବେ କାଳିଆ ସାଆନ୍ତ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ବାହୁଡା ଯାତ୍ରା । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିରକୁ ଫେରିବେ କାଳିଆ ସାଆନ୍ତ । ସେପଟେ ଅଧୀର ହେଲେଣି ସାଆନ୍ତାଣି । ଅପେକ୍ଷା ପ୍ରଭୁଙ୍କ ଆଗମନଙ୍କୁ ।  ଜନ୍ମବେଦୀରୁ ରତ୍ନ ସିଂହାସନକୁ ଯିବେ ଠାକୁର । ଆରମ୍ଭ ହେଲାଣି ଶ୍ରୀଜିଉଙ୍କ ନୀତିକାନ୍ତି । ନାକଚଣା ଦ୍ୱାରରେ ଲଗିିସାରିଛି ତିନି ରଥ । ବାହାଡ଼ାଯାତ୍ରାକୁ ନେଇ ପ୍ରଶାସନ ତରଫରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ରାତିରେ ତିନି ରଥରେ ଚାରମାଳ ବନ୍ଧା କାମ ସରିଛି। ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାକୁ ସଫଳ କରିବାକୁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ବାହୁଡାଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ସହ ହଜାରେ ପୁଲିସ ଅଧିକାରୀ ମୁତୟନ ରହିଛନ୍ତି । ନବଦିନାତ୍ମକ ଯାତ୍ରା ଶେଷ କରି ଫେରୁଥିବାରୁ ବାହୁଡା ଯାତ୍ରା ଦେଖିବାକୁ ପୁରୀରେ ଭକ୍ତଙ୍କ ଗହଳି ବଢୁଛି । ସେପଟେ ବାହୁଡ଼ା ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ମଧ୍ୟାହ୍ନ ୧୨ଟାରେ ପହଣ୍ଡି ଆରମ୍ଭ ହେବ। ସାଢ଼େ ୨ଟା ସୁଦ୍ଧା ପହଣ୍ଡି ଶେଷପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ ବୋଲି ନୀତି ନିର୍ଘଣ୍ଟ ହୋଇଛି । ତଥାପି ନୀତି ନିର୍ଘଣ୍ଟର ବହୁପୂର୍ବରୁ ପହଣ୍ଡି ଓ ରଥଟଣା ଆରମ୍ଭ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ମନ୍ଦିରରେ ଦଳାଚକଟା, ଦୁଇଜଣ ଭକ୍ତଙ୍କ ମୃତ୍ୟୁ 🔴 ବସ୍-ବାଇକ ମୁହାଁମୁହିଁ ଧକ୍କା, ୨ଜଣଙ୍କ ମୃତ୍ୟୁ 🔴 ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ଲଗାଣ ବର୍ଷା, ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି 🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 ପୁଣି ମନ୍ଦିରରେ ଦଳାଚକଟା, ଦୁଇଜଣ ଭକ୍ତଙ୍କ ମୃତ୍ୟୁ 🔴 ବସ୍-ବାଇକ ମୁହାଁମୁହିଁ ଧକ୍କା, ୨ଜଣଙ୍କ ମୃତ୍ୟୁ 🔴 ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ଲଗାଣ ବର୍ଷା, ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି 🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର