Masthead

ଡୋନାଲ୍ଡ ଟ୍ରମ୍ପଙ୍କୁ ଗିରଫ ପରେ ଜାମିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଗିରଫ ହେଲେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଜାତୀୟ ସୁରକ୍ଷା ସମ୍ପର୍କିତ ଗୋପନ ତଥ୍ୟ ଲୁଚାଇବା ମାମଲାରେ ଟ୍ରମ୍ପଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି । ତେବେ ମିଆମି ସ୍ଥିତ ଫେଡେରାଲ କୋର୍ଟରେ ଟ୍ରମ୍ପ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି । ଟ୍ରମ୍ପଙ୍କୁ ମାର୍ଶାଲ ନିଜ ହେପାଜତକୁ ନେବା ପରେ ବ୍ୟକ୍ତିଗତ ମୁଚାଲିକାରେ ଜାମିନ ପ୍ରଦାନ କରାଯାଇଛି ।  ଏହି ଅବସରରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଜଣେ ଭ୍ରଷ୍ଟ ରାଷ୍ଟ୍ରପତି ଭାବେ ଅଭିହିତ କରିଛନ୍ତି ।

ଗୋପନ ଡକ୍ୟୁମେଣ୍ଟ ମାମଲାରେ ଟ୍ରମ୍ପଙ୍କ ଉପରେ ଅଭିଯୋଗ ଆସିବା ପରେ ତାଙ୍କୁ ଆମେରିକାର ମିଆମି କୋର୍ଟରେ ହାଜର କରାଯାଇଥିଲା । ଟ୍ରମ୍ପ ନିଜକୁ ନିର୍ଦ୍ଦୋଷ କହିବା ସହିତ ତାଙ୍କ ଉପରେ ଆସିଥିବା ଅଭିଯୋଗକୁ ସେ ରାଜନୀତି ପ୍ରଣୋଦିତ ବୋଲି କହିଛନ୍ତି । ଟ୍ରମ୍ପଙ୍କୁ ମାର୍ଶାଲ ହେପାଜତକୁ ନେବା ପରେ ବିନା ସର୍ତ୍ତରେ ତାଙ୍କୁ ଜାମିନ ମିଳିଯାଇଥିଲା । ମାତ୍ର କିଛି ସର୍ତ୍ତ ପାଳନ କରିବାକୁ ପୂର୍ବତନ ରାଷ୍ଟ୍ରପତିଙ୍କୁ ଚେତାବନୀ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା