Masthead

ସଞ୍ଜୟ ସିଂଙ୍କୁ ଜାମିନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଆପ ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ବଡ଼ ଆଶ୍ବସ୍ତି। ଦିଲ୍ଲୀ ଏକ୍ସାଇଜ୍ ପଲିସି ମାମଲାରେ ସଂଜୟ ସିଂଙ୍କୁ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ । ଜାମିନ ପ୍ରଦାନ ବେଳେ ସୁପ୍ରିମକୋର୍ଟ ସଞ୍ଜୟ ସିଂଙ୍କୁ ଏହି ମାମଲା ସମ୍ପର୍କରେ ଗଣମାଧ୍ୟମରେ କୌଣସି ବିବୃତ୍ତି ଦେବାକୁ ମନା କରିଛନ୍ତି। ତେବେ ସୁପ୍ରିମକୋର୍ଟ କହିଛନ୍ତି ଯେ ଜାମିନ ସର୍ତ୍ତ ନିମ୍ନ ଅଦାଲତ ନିଷ୍ପତ୍ତି ନେବେ। ଦିଲ୍ଲୀ ଏକ୍ସାଇଜ୍ ପଲିସି ସହ ଜଡିତ ଅର୍ଥ ହେରଫେର ମାମଲାରେ ସଞ୍ଜୟ ସିଂଙ୍କୁ ଜାମିନ ପ୍ରଦାନ କରିବାକୁ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ଆପ ନେତା ଆତିଶି ସ୍ୱାଗତ କରିଛନ୍ତି।

ଜାମିନ ଖବରକୁ ସେୟାର କରି ସେ ଲେଖିଛନ୍ତି, ସତ୍ୟମେବ ଜୟତେ। ସୂଚନା ଥାଉ କି ଅକ୍ଟୋବର ୪ରେ ଦିଲ୍ଲୀ ଏକ୍ସାଇଜ୍ ପଲିସି ମାମଲାରେ ସଞ୍ଜୟ ସିଂଙ୍କୁ ଇଡି ଗିରଫ କରିଥିଲା। ହେଲେ ସଞ୍ଜୟ ସିଂ ଦିଲ୍ଲୀ ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ ମଧ୍ୟ ଏହାକୁ ପ୍ରତ୍ୟାଖ୍ୟାନ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ