Masthead

ବିପଦ ସଙ୍କେତ ଉପରେ ବୈତରଣୀ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ଏବେବି ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର । ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢିବା ସହ ସେପଟେ ଲୋକଙ୍କୁ ଡରାଉଛି ବନ୍ୟା ପରିସ୍ଥିତି । ଚାରିଦିନ ଧରି ଲଘୁଚାପ ବର୍ଷା ହେବା ସହ ନଦୀର ଉପରମୁଣ୍ତ ରେ ପ୍ରବଳ ବର୍ଷା ହେବା ଯୋଗୁଁ ନଦୀର ଜଳସ୍ତର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି, ବିଶେଷ କରି ଗତ କାଲି ଝାଡଖଣ୍ତର ଗାଲୁଡିହି ବ୍ୟାରେଜର ୯ ଟି ଗେଟ ଖୋଲି ୨୫ ଶହ କ୍ୟୁସେକ ପାଣି ଛାଡିଥିବା ବେଳେ ଚାନ୍ଦିନୀ ଡ୍ୟାମ ଆଜି ୫ ଟି ଗେଟ ଖୋଲା ଯାଇ ପାଖାପାଖି ୧୬ ଶହ କ୍ୟୁସେକ ପାଣି ସୁବର୍ଣ୍ଣରେଖା ନଦୀକୁ ଛାଡି ଥିଲା ।

ଯାହାଫଳରେ ସୁବର୍ଣ୍ଣରେଖା ନଦୀ ଫୁଲିବା ସହ ବନ୍ୟା ଦେଖାଦେଇଛି । ସୁବର୍ଣ୍ଣରେଖା ନଦୀର ରାଜଘାଟ ନିକଟରେ ସତର୍କ ସଙ୍କେତ ୯.୪୫ ମିଟର ଥିବା ବେଳେ ଆଜି ସକାଳ ୮ ଟା ବେଳକୁ ରାଜଘାଟ ଠାରେ ୯. ୭୯ ମିଟର ଜଳସ୍ତର ପ୍ରବାହିତ ହେଉଛି । ତେବେ ଗତକାଲି ନଦୀର ଜଳସ୍ତର ଯେଉଁଭଳି ବୃଦ୍ଧି ପାଉଥିଲା ଆଜି ତାହା କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଜଳେଶ୍ୱର, ବାଲିଆପାଳ , ଭୋଗରାଇ ତଳିଆ ଅଂଚଳର କିଛି ଗାଁ କୁ ବନ୍ୟା ପାଣି ପ୍ରବେଶ କରିଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ