Masthead

ସତର୍କ ସଙ୍କେତ ଉପରେ ବୈତରଣୀ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ସତର୍କ ସଙ୍କେତ ଉପରେ ବୈତରଣୀ । ଭଦ୍ରକ ଆଖୁଆପଦା ଆନିକଟରେ ୧୮.୧୨ ମିଟରରେ ପ୍ରବାହିତ । ସତର୍କ ସଙ୍କେତ ୧୭.୮୩ ମିଟର ରହିଛି । ବିପଦ ସଙ୍କେତ ୧୮.୩୩ ରହିଛି । ଉପରମୁଣ୍ଡରେ ବର୍ଷା ଯୋଗୁଁ ଫୁଲୁଛି ବୈତରଣୀ । ତଳିଆ ଅଞ୍ଚଳରେ ବନ୍ୟା ପାଣି ପଶିବାରୁ ଲୋକମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି । ଚାଷୀଙ୍କ ପରିବା ଫସଲ ମଧ୍ୟ ନଷ୍ଟ ହୋଇଛି । ପାଣି ଘେରରେ ଲୋକମାନେ ଜୀବନ ବିତାଉଛନ୍ତି ।

ଗତକାଲି ମୁଖ୍ୟମନ୍ତ୍ରୀ ମଧ୍ୟ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ । ଏବେ ବି ଲୋକମାନେ ଜଳବନ୍ଦୀ ବିତାଉଛନ୍ତି । ତେବେ ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା। ୩ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟ୍‌କା ପବନ ବହିବା ସହ ପ୍ରବଳ ବର୍ଷା ହୋଇପାରେ । ଏହା ସହ ଅନ୍ୟ ୧୭ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ