ସତର୍କ ସଙ୍କେତ ଉପରେ ବୈତରଣୀ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ସତର୍କ ସଙ୍କେତ ଉପରେ ବୈତରଣୀ । ଭଦ୍ରକ ଆଖୁଆପଦା ଆନିକଟରେ ୧୮.୧୨ ମିଟରରେ ପ୍ରବାହିତ । ସତର୍କ ସଙ୍କେତ ୧୭.୮୩ ମିଟର ରହିଛି । ବିପଦ ସଙ୍କେତ ୧୮.୩୩ ରହିଛି । ଉପରମୁଣ୍ଡରେ ବର୍ଷା ଯୋଗୁଁ ଫୁଲୁଛି ବୈତରଣୀ । ତଳିଆ ଅଞ୍ଚଳରେ ବନ୍ୟା ପାଣି ପଶିବାରୁ ଲୋକମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି । ଚାଷୀଙ୍କ ପରିବା ଫସଲ ମଧ୍ୟ ନଷ୍ଟ ହୋଇଛି । ପାଣି ଘେରରେ ଲୋକମାନେ ଜୀବନ ବିତାଉଛନ୍ତି ।

ଗତକାଲି ମୁଖ୍ୟମନ୍ତ୍ରୀ ମଧ୍ୟ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ । ଏବେ ବି ଲୋକମାନେ ଜଳବନ୍ଦୀ ବିତାଉଛନ୍ତି । ତେବେ ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା। ୩ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟ୍‌କା ପବନ ବହିବା ସହ ପ୍ରବଳ ବର୍ଷା ହୋଇପାରେ । ଏହା ସହ ଅନ୍ୟ ୧୭ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’