Masthead

ଆଜି ଓଡ଼ିଶା ଆସିବ ପୀଡ଼ିତାଙ୍କ ମରଶରୀର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସିବ ପୀଡ଼ିତାଙ୍କ ମରଶରୀର । ଦିଲ୍ଲୀରେ ଶବ ବ୍ୟବଚ୍ଛେଦ ପରେ ଆସିବ ମରଶରୀର । ଗତକାଲି ୧୪ ଦିନର ସଂଘର୍ଷ ପରେ ଆଖି ବୁଜିଛନ୍ତି ପୀଡ଼ିତା । ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ଶୋକର ଛାୟା । ଅପରାହ୍ଣରେ ପୀଡ଼ିତାଙ୍କ ମରଶରୀର ଭୁବନେଶ୍ବରରେ ପହଞ୍ଚିବ। ଏହା ପରେ ବଳଙ୍ଗା ସ୍ଥିତ ଗାଁକୁ ନିଆଯିବ । ସେଠାରେ ସମସ୍ତ ପ୍ରକ୍ରିୟା ଶେଷ କରାଯିବ । ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ସଂଧ୍ୟା ୬ଟା ୨୨ରେ ମୃତ୍ୟ ହୋଇଛି । ସଂଧ୍ୟା ୫ଟା ୧୫ରୁ ତାଙ୍କର ସ୍ବାସ୍ଥ୍ୟାବସ୍ଥାରେ ଅବନତି ହୋଇଥିଲା । ସମସ୍ତ ଉଦ୍ୟମ ସତ୍ତ୍ବେ ତାଙ୍କୁ ବଞ୍ଚାଇବା ସହଜ ହୋଇନଥିଲା ।

ପୀଡ଼ିତାଙ୍କ ମୃତ୍ୟୁ ପରେ ତାଙ୍କ ଗାଁ ବଳଙ୍ଗା ବାୟାବରରେ ବଢାଯାଇଛି ସୁରକ୍ଷା ବ୍ୟବସ୍ଥା । ତାଙ୍କ ଘର ଆଗରେ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଏକପ୍ରକାର ଜନଶୂନ୍ୟ ହୋଇଯାଇଛି ତାଙ୍କ ଗାଁ । ୧୪ ଦିନ ପରେ ହଠାତ୍ ପୀଡ଼ିତାଙ୍କର ମୃତ୍ୟୁ ହେବା ଘଟଣାକୁ କେହି ବିଶ୍ବାସ କରିପାରୁ ନାହାନ୍ତି । ସମଗ୍ର ବାୟାବରର ଗୋପାଳପୁର ପଡ଼ା ସ୍ତବ୍ଧ ହୋଇଯାଇଛି । ସାରା ଗାଁରେ ପୁଲିସ ପଇଁତରା ମାରୁଛି । ପୀଡ଼ିତାଙ୍କ ଘର ସାମନାରେ ପୁଲିସ ଜଗି ବସିଛନ୍ତି । କେହି ଘରୁ ବାହାରୁନାହାନ୍ତି । ସେପଟେ ଅନ୍ତିମ ସଂସ୍କାର ପାଇଁ ଗାଁ ଶ୍ମଶାନରେ ପ୍ରକ୍ରିୟା ଆରମ୍ଭ ହୋଇଛି । ନିକଟ ସଂପର୍କୀୟ ଓ ସାହି କବର ଖୋଳୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ