ଆଜି ଓଡ଼ିଶା ଆସିବ ପୀଡ଼ିତାଙ୍କ ମରଶରୀର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସିବ ପୀଡ଼ିତାଙ୍କ ମରଶରୀର । ଦିଲ୍ଲୀରେ ଶବ ବ୍ୟବଚ୍ଛେଦ ପରେ ଆସିବ ମରଶରୀର । ଗତକାଲି ୧୪ ଦିନର ସଂଘର୍ଷ ପରେ ଆଖି ବୁଜିଛନ୍ତି ପୀଡ଼ିତା । ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ଶୋକର ଛାୟା । ଅପରାହ୍ଣରେ ପୀଡ଼ିତାଙ୍କ ମରଶରୀର ଭୁବନେଶ୍ବରରେ ପହଞ୍ଚିବ। ଏହା ପରେ ବଳଙ୍ଗା ସ୍ଥିତ ଗାଁକୁ ନିଆଯିବ । ସେଠାରେ ସମସ୍ତ ପ୍ରକ୍ରିୟା ଶେଷ କରାଯିବ । ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ସଂଧ୍ୟା ୬ଟା ୨୨ରେ ମୃତ୍ୟ ହୋଇଛି । ସଂଧ୍ୟା ୫ଟା ୧୫ରୁ ତାଙ୍କର ସ୍ବାସ୍ଥ୍ୟାବସ୍ଥାରେ ଅବନତି ହୋଇଥିଲା । ସମସ୍ତ ଉଦ୍ୟମ ସତ୍ତ୍ବେ ତାଙ୍କୁ ବଞ୍ଚାଇବା ସହଜ ହୋଇନଥିଲା ।

ପୀଡ଼ିତାଙ୍କ ମୃତ୍ୟୁ ପରେ ତାଙ୍କ ଗାଁ ବଳଙ୍ଗା ବାୟାବରରେ ବଢାଯାଇଛି ସୁରକ୍ଷା ବ୍ୟବସ୍ଥା । ତାଙ୍କ ଘର ଆଗରେ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଏକପ୍ରକାର ଜନଶୂନ୍ୟ ହୋଇଯାଇଛି ତାଙ୍କ ଗାଁ । ୧୪ ଦିନ ପରେ ହଠାତ୍ ପୀଡ଼ିତାଙ୍କର ମୃତ୍ୟୁ ହେବା ଘଟଣାକୁ କେହି ବିଶ୍ବାସ କରିପାରୁ ନାହାନ୍ତି । ସମଗ୍ର ବାୟାବରର ଗୋପାଳପୁର ପଡ଼ା ସ୍ତବ୍ଧ ହୋଇଯାଇଛି । ସାରା ଗାଁରେ ପୁଲିସ ପଇଁତରା ମାରୁଛି । ପୀଡ଼ିତାଙ୍କ ଘର ସାମନାରେ ପୁଲିସ ଜଗି ବସିଛନ୍ତି । କେହି ଘରୁ ବାହାରୁନାହାନ୍ତି । ସେପଟେ ଅନ୍ତିମ ସଂସ୍କାର ପାଇଁ ଗାଁ ଶ୍ମଶାନରେ ପ୍ରକ୍ରିୟା ଆରମ୍ଭ ହୋଇଛି । ନିକଟ ସଂପର୍କୀୟ ଓ ସାହି କବର ଖୋଳୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’