Masthead

ବଳଙ୍ଗା ପୀଡିତାଙ୍କର ଅନ୍ତିମ ସଂସ୍କାର

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ହେବ ବଳଙ୍ଗା ପୀଡିତାଙ୍କର ଅନ୍ତିମ ସଂସ୍କାର । ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିବା ବଳଙ୍ଗା ପୀଡ଼ିତାଙ୍କ ମୃତଦେହ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା। ଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନରେ ପୀଡ଼ିତାଙ୍କ ପାର୍ଥିବ ଶରୀର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ବଳଙ୍ଗା ଥାନା ଅନ୍ତର୍ଗତ ପୈତୃକ ଗ୍ରାମ ବାୟାବରର ନୂଆ ଗୋପାଳପୁର ନିଆଯାଇଛି ।

ଆଉ କିଛି ସମୟ ପରେ କରାଯିବ ଶେଷକୃତ୍ୟ । ନମାଜ ପାଠ ପରେ କବର ସ୍ଥାନକୁ ନିଆଯିବ ବଳଙ୍ଗା ପୀଡ଼ିତାଙ୍କ ମୃତଦେହ  । ଏବେ ପୁଲିସ କଡ଼ା ସୁରକ୍ଷା ବଳୟରେ ରହିଛି ପୀଡ଼ିତାଙ୍କ ଗାଁ ବାୟାବର  ଶେଷଯାତ୍ରାରେ ବଳଙ୍ଗା ପୀଡ଼ିତା । ଦିଲ୍ଲୀରୁ  ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧା ପୀଡ଼ିତାଙ୍କ ଗାଁ ବାୟାବରକୁ ମୃତଦେହ ନିଆଯାଇଛି । ସ୍ବତନ୍ତ୍ର କାରକେଡ ଜରିଆରେ କଡା ସୁରକ୍ଷାରେ ଭୁବନେଶ୍ବରୁ ବଳଙ୍ଗା ନିଆଯାଇଥିଲା ।

ଆଜି ସକାଳୁ ତାଙ୍କର ଶେଷକୃତ୍ୟ ହେବ ସହ ପୀଡ଼ିତାଙ୍କୁ କବର ଦିଆଯିବ । ହସ୍ପିଟାଲ ବେଡରେ ୧୫ଦିନ ଧରି ମୃତ୍ୟୁ ସହ ଲଢ଼େଇ କରି କରି ନାବାଳିକା ଜଣଙ୍କର ମୃତ୍ୟୁ ହୋଇଛି । ପ୍ରଥମ ଦିନରୁ ତାଙ୍କୁ ତିନି ଜଣ ଜାଳି ଦେଇଥିବା ପୀଡ଼ିତା କହିଥିଲେ । ପୀଡ଼ିତାଙ୍କ ବୟାନ ଆଧାରରେ ପରିବାର ଲୋକ ଥାନାରେ ଏତଲା ଦେଇଥିଲେ । ତିନି ଦୁବୃର୍ତ୍ତ ଝିଅର ମୁହଁରେ ରୁମାଲ ବାନ୍ଧି ଅଚେତ କରି କିରୋସିନ୍ ଢ଼ାଳି ନିଆଁ ଲଗାଇ ମାରିଦେବାକୁ ଉଦ୍ୟମ କରିଥିଲେ ବୋଲି ଦର୍ଶାଯାଇଥିଲା ।

ପୁଲିସ ସେହି ଆଧାରରେ ତଦନ୍ତ ଆରମ୍ଭ କରିଥିଲା । ଡିଜି ନିଜେ ଯାଇ ପରିବାର ଲୋକଙ୍କ ସମେତ ଅନ୍ୟମାନଙ୍କୁ ପଚରାଉଚୁରା କରିଥିଲେ । ଭୁବନେଶ୍ବର ଏମ୍ସରେ ମାଜିଷ୍ଟ୍ରେଟଙ୍କ ସାମନାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା । ତାପରେ ଦିଲ୍ଲୀ ଏମ୍ସରେ ତଦନ୍ତକାରୀ ପୁଲିସ ଅଧିକାରୀ ବୟାନ ରେକର୍ଡ କରିଥିଲେ । କିନ୍ତୁ ଏବେ ପୁଲିସ କହିଛି ଏହି ଘଟଣାରେ କାହାର ସମ୍ପୃକ୍ତି ଥିବା ଜଣାପଡିନାହିଁ । ଯାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ