Masthead

ଦେଶର ତୃତୀୟ ସର୍ବାଧିକ ପ୍ରଦୂଷିତ ସହର ବାଲେଶ୍ୱର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାୟୁ ପ୍ରଦୂଷଣରେ ଦିଲ୍ଲୀକୁ ଟପିଗଲା ଓଡ଼ିଶା । ଭୁବନେଶ୍ୱର, କଟକ,ବାରିପଦା, ବାଲେଶ୍ୱର, କେନ୍ଦୁଝର, ରାଇରଙ୍ଗପୁର ଭଳି ସ୍ଥାନରେ ୩ ଶହ ପାର କରିଛି ଇଣ୍ଡେକ୍ସ । ଦେଶର ତୃତୀୟ ସର୍ବାଧିକ ପ୍ରଦ୍ୟୁଷିତ ସହର ବାଲେଶ୍ୱର । ରାଜଧାନୀ ଦିଲ୍ଲୀ ସମେତ ଅନେକ ବଡ ସହର ବାଲେଶ୍ୱର ତୁଳନାରେ କମ୍ ପ୍ରଦୂଷିତ । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ପରିଷଦ ବା ସିବିସିବି ତଥ୍ୟ ଅନୁଯାୟୀ, ବାଲେଶ୍ୱର ସହରର ବାୟୁ ମାନ ସୂଚକାଙ୍କ ବା ଅତି ସାଂଘାତିକ ସ୍ତରରେ ରହିଛି ।

ଅପରାହ୍ନ ୪ଟା ସୁଦ୍ଧା ଦିଲ୍ଲୀ ବାୟୁରେ ଏକ୍ୟୁଆଇ ପିଏମ୍-୨.୫ ତଥା ଛୋଟ ଧୂଳିକଣାର ମାତ୍ରା ୩୩୩ ରହିଛି । ଯେତେବେଳେ କି ବାଲେଶ୍ୱରର ଏକ୍ୟୁଆଇ ପିଏମ୍-୨.୫ ମାତ୍ରା ୩୩୪ରେ ପହଂଚିଛି । ବିଗତ ସପ୍ତାହେ ହେଲା ବାଲେଶ୍ୱର ସମେତ ଉତ୍ତର ଓଡ଼ିଶାର ଅଧିକାଂଶ ସହର ବାୟୁରେ ଛୋଟ ଧୂଳିକଣା ଜମି ରହୁଥିବାରୁ ପରିଣାମ ଅଧିକ ସାଂଘାତିକ ସ୍ତର ଆଡ଼କୁ ଗତି କରୁଛି । ଦେଶର ୧୭ଟି ସହର ମଧ୍ୟରେ ଓଡ଼ିଶାର ୬ଟି ସହର ରହିଛି ।

ସେହିପରି କଟକରେ ୩୨୦, ବାରିପଦାରେ ୩୧୬, ଭୁବନେଶ୍ୱରରେ ୩୧୧, କେନ୍ଦୁଝରରେ ୩୧୪, ରାଇରଙ୍ଗପୁରରେ ୩୦୮ ରହିଛି। ସେହିପରି ଅନୁଗୋଳରେ ୩ଶହ ଏବଂ ତାଳଚେରରେ AQI ଭାଲ୍ୟୁ ୨୫୧ ରହିଛି। ଅଧିକ ମାତ୍ରାରେ ଯାନବାହାନ ଚଳାଚଳ, ନିର୍ମାଣ କାମ ଭଳି କାରଣ ପାଇଁ ଓଡ଼ିଶାରେ ବାୟୁ ପ୍ରଦୂଷଣ ଖରାପ ସ୍ଥିତିରେ ପହଞ୍ଚିଛି। ଏହା ସହିତ ଦ୍ରୁତ ଶିଳ୍ପାୟନ, ଗଛ କଟା ଓ ଗ୍ରୀନ ହାଉସ୍ ପ୍ରଭାବ ଯୋଗୁ ପରିବେଶ ପ୍ରଦୂଷଣ ବଢୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆହୁରି ୫ ଦିନ କାଳବୈଶାଖୀ ବର୍ଷା 🔴 F15 ପାଇଲଟଙ୍କୁ ଇରାନରୁ ଖୋଜି ବାହାର କଲା ଆମେରିକା 🔴 ‘ଆମେରିକାକୁ ନର୍କରେ ପରିଣତ କରିବୁ’ 🔴 ବଢ଼ିବ କାଳବୈଶାଖୀ ବର୍ଷା 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି ଜାତିସଂଘ ସୁରକ୍ଷା ପରିଷଦ ବୈଠକ 🔴 ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ 🔴 ରାଜ୍ୟରେ ଅଚାନକ ବଢ଼ିଛି ତାତି 🔴 କାଳବୈଶାଖୀ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ଯୁଦ୍ଧ ଶେଷ କରିବେ କି ଟ୍ରମ୍ପ? 🔴 ଆହୁରି ୫ ଦିନ କାଳବୈଶାଖୀ ବର୍ଷା 🔴 F15 ପାଇଲଟଙ୍କୁ ଇରାନରୁ ଖୋଜି ବାହାର କଲା ଆମେରିକା 🔴 ‘ଆମେରିକାକୁ ନର୍କରେ ପରିଣତ କରିବୁ’ 🔴 ବଢ଼ିବ କାଳବୈଶାଖୀ ବର୍ଷା 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି ଜାତିସଂଘ ସୁରକ୍ଷା ପରିଷଦ ବୈଠକ 🔴 ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ 🔴 ରାଜ୍ୟରେ ଅଚାନକ ବଢ଼ିଛି ତାତି 🔴 କାଳବୈଶାଖୀ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ଯୁଦ୍ଧ ଶେଷ କରିବେ କି ଟ୍ରମ୍ପ?