Masthead

ବାଲେଶ୍ୱରରେ ଜମୁଛି ନିର୍ବାଚନ ପ୍ରଚାର

ବାଲେଶ୍ୱର/ବସ୍ତା, (ବଡ଼ ଖବର ବ୍ୟୁରୋ): ଉପନିର୍ବାଚନ ଯେତିକି ପାଖେଇ ଆସୁଛି ବାଲେଶ୍ୱର ସଦର ଓ ତିର୍ତ୍ତେଲରେ ରାଜନ÷ତିକ ପାଣିପାଗରେ ସେତିକ ଉଷ୍ମତା ବଢୁ଼ଛି । ଉପନିର୍ବାଚନକୁ ଆଉ ମାତ୍ର ୫ଦିନ ବାକି ରହିଛି । ବାଲେଶ୍ୱର ସଦରରେ ତିନି ପ୍ରମୁଖ ଦଳ କଂଗ୍ରେସ, ବିଜେପି ଓ ବିଜେଡି ପ୍ରାର୍ଥୀମାନେ ପଞ୍ଚାୟତ ସ୍ତରରେ ଘରଘର ବୁଲି ନିଜ ସପକ୍ଷରେ ଭୋଟ ଭିକ୍ଷା କରିବାରେ ଲାଗିପଡ଼ିଛନ୍ତି । ବିଭିନ୍ନ ଦଳର ଷ୍ଟାର ପ୍ରଚାରକମାନେ ପଞ୍ଚାୟତ ସ୍ତରରେ ସଭାସମିତି କରି ଭୋଟରମାନଙ୍କୁ ଗଦାଗଦା ପ୍ରତିଶ୍ରୁତି ଦେବା ସହ ବିଜୟୀ ହେଲେ ଗାଁ ଗଣ୍ତାର ସମସ୍ୟା ସମାଧାନ କରିବାକୁ ପ୍ରତିଶ୍ରୁତି ମଧ୍ୟ ଦେଉଛନ୍ତି । ଆଜି ବାଲେଶ୍ୱର ସଦର ନିର୍ବାଚନ ମଣ୍ତଳୀର ବାହାବଳପୁର, ପଞ୍ଚୁପଡ଼ା, ସାର୍ଥା ଏବଂ ଆଳୁମେଦା ପଞ୍ଚାୟତରେ ବିଜେପି ପକ୍ଷରୁ ବିଶାଳ ବାଇକ ରାଲି ଅନୁଷ୍ଠିତ ହୋଇଥିଲା । ଏଥିରେ ଦଳର ଷ୍ଟାର ପ୍ରଚାରକ ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନାଭିମୁଖୀ ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇବା ସହ ଦଳୀୟ ପ୍ରାର୍ଥୀ ମାନସ ଦତ୍ତଙ୍କୁ ଭୋଟ ଦେବାକୁ ନିବେଦନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼