Masthead

କର୍ଫ୍ୟୁ କଟକଣା ଭାଙ୍ଗି ୩୦ ଅଟକ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ କର୍ଫ୍ୟୁ କଟକଣା ଭାଙ୍ଗିବା ଅଭିଯୋଗରେ ୩୦ ଅଟକ । ୩୦ ଅଟକ ନେଇ ଏସପି ସାଗରିକା ନାଥଙ୍କ ସୂଚନା । ଗୋଷ୍ଠୀ ସଂଘର୍ଷ ଘଟଣାରେ ୩୪ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି । ଗୋଷ୍ଠୀ ସଂଘର୍ଷକୁ ନେଇ କର୍ଫ୍ୟୁ ସହ ଇଣ୍ଟରନେଟ ସେବା ବନ୍ଦ ରହିଛି । ବାଲେଶ୍ୱର ପୌରାଞ୍ଚଳରେ ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ।

ଏନେଇ ବାଲେଶ୍ୱର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ଓଟି ରୋଡକୁ ସଂଯୋଗ କରୁଥିବା ସବୁ ରାସ୍ତା ବନ୍ଦ ରଖିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଏହି କର୍ଫ୍ୟୁ କାଳରେ ଜରୁରୀ ସେବା କଟକଣା ମୁକ୍ତ ଥିବାବେଳେ, ପରୀକ୍ଷାର୍ଥୀଙ୍କ ଉପରେ କଟକଣା ଲାଗୁ ହେବନି ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆବଶ୍ୟକ ନ ଥିଲେ କର୍ଫ୍ୟୁ କାଳରେ ଘରୁ ପଦାକୁ ନ ବାହାରିବାକୁ ଅପିଲ୍ କରିଛି ପୁଲିସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ