Masthead

ଡମ୍ପରକୁ ଧକ୍କା ଦେଲା ଟ୍ରକ: ୨ ମୃତ, ୨ ଗୁରୁତର

ବାଲେଶ୍ଵର(ବଡ଼ ଖବର ବ୍ୟୁରୋ): ବାଲେଶ୍ଵର ୧୬ ନମ୍ବର ଜାତୀୟ ରାଜପଥ ସୋର କଲେଜ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଡମ୍ପରକୁ ଧକ୍କା ଦେଲା ଟ୍ରକ ମିନି ଟ୍ରକ । ଘଟଣା ସ୍ଥଳରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ଆହାତ ହୋଇଛନ୍ତି । ଦୁଇ ଗୁରୁତରଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତ ଦୁଇ ଯୁବକ ହେଲେ ସୈଫୁଲ ଗାଜି ଓ ଅଶ୍ରଫ ସର୍ଦ୍ଦାର ଏଵଂ ଗୁରୁତର ଦୁଇ ଯୁବକ ହେଲେ ସେଫ ସର୍ଦ୍ଦାର ଓ ଆଲମ୍ ଗିରିକ । ସମସ୍ତଙ୍କ ଘର ପଶ୍ଚିମବଙ୍ଗର ଅଞ୍ଚଳର ହୋଇଥିବା ଜଣାପଡିଛି ।

ଭୋର ସମୟରେ ଏକ ଟ୍ରକ୍ ଖୋର୍ଦ୍ଧାରୁ କୁକୁଡ଼ା ଦେଇ ପଶ୍ଚିମବଙ୍ଗ ଫେରୁଥିବା ବେଳେ ସୋର କଲେଜଛକ ନିକଟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଡମ୍ପର ପଛକୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ଟ୍ରକରେ ଥିବା ୪ ଜଣ କ୍ୟାବିନରେ ଚାପି ହୋଇଯାଇଥିଲେ। ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚି କ୍ୟାବିନ କାଟି ୪ଜଣଙ୍କୁ ଉଦ୍ଧାର କରିଥିଲେ। ପରେ ସେମାନଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ