Masthead

ଡକାୟତ ଗ୍ୟାଙ୍ଗ-ଗ୍ରାମବାସୀ ଖଣ୍ଡଯୁଦ୍ଧ

ସୋର(ବଡ଼ ଖବର ବ୍ୟୁରୋ): ଡକାୟତ ଗ୍ୟାଙ୍ଗ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ । ୪ ଗ୍ରାମବାସୀ ଗୁରୁତର, ଜଣେ ଡକାୟତକୁ କାବୁ କଲା ପୋଲିସ । ବାଲୋଶ୍ୱର ଜିଲ୍ଲା ହରିଡାପଡା ଅଂଚଳର ସୁଦାମ ଚରଣ ବାଉଲି ଶନିବାର ରାତିରେ ନିଜ ଘରକୁ ଫେରୁଥିଲେ । ପିତାକାଳିଆ ଛକ ନିକଟରେ ୭ ଜଣ ଡକାୟତ ତାଙ୍କୁ ଅଟକାଇଥିଲେ । ସେ ସଙ୍ଗେ ସଙ୍ଗେ ତାଙ୍କ ମୋବାଇଲରେ ଘର ପାଖ ଲୋକଙ୍କୁ ଫୋନ କରି ଡାକିଥିଲେ । ଡକାୟତମାନେ ସୁଦାମଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କରିଥିଲେ । ସେହି ସମୟରେ ସ୍ଥାନୀୟ ଲୋକ ସୁଦାମଙ୍କ ଡାକ ଶୁଣି ପହଁଂଚିଯାଇଥିଲେ । ସେମାନଙ୍କୁ ବି ଦୁର୍ବୃତ୍ତମାନେ କଟୁରୀ ଓ ବନ୍ଧୁକରେ ଆକ୍ରମଣ କରିଥିଲେ । ଗ୍ରାମବାସୀ ମଧ୍ୟ ଦୁର୍ବୃତ୍ତଙ୍କୁ ଆକ୍ରମଣ କରିଥିଲେ । କିଛି ସମୟ ଧରି ଗ୍ରାମବାସୀ ଓ ଡକାୟତଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ଚାଲିଥିଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଁଂଚି ଜଣେ ଦୁର୍ବୁତ୍ତଙ୍କୁ କାବୁ କରିଥିଲା । ଡକାୟତଙ୍କ ଆକ୍ରମଣରେ ସୁଦାମ ଚରଣ ବାଉଲି, ଅଜୟ କୁମାର ବେହେରା, ପ୍ରଦୀପ କୁମାର ମହାକୁଡ ଗୁରୁତ୍ତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ପୋଲିସ କାବୁ କରିଥିବା ଦୁର୍ବୁ୍ତ୍ତ ଜଣକ କେନ୍ଦ୍ରପଡା ମାର୍ଶାଘାଇ ଅଂଚଳର ପ୍ରଦ୍ୟୁମ୍ନ ସେନାପତି ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ