Masthead

ମାନସଙ୍କ ପାଇଁ ପ୍ରଚାର କଲେ ଦୁଇ କେନ୍ଦ୍ରମନ୍ତ୍ରୀ

ବସ୍ତା, (ବଡ଼ ଖବର ବ୍ୟୁରୋ): ଉପନିର୍ବାଚନ ଯେତିକି ପାଖେଇ ଆସୁଛି, ପ୍ରଚାର ମଇଦାନ ସେତେ ସରଗରମ ହେବାରେ ଲାଗିଛି। ଉପନିର୍ବାଚନ ପାଇଁ ବାଲେଶ୍ୱର ସଦର ମଇଦାନରେ ଦେଖିବାକୁ ମିଳିଛି ଜୋରଦାର ପ୍ରଚାର। ବିଭିନ୍ନ ଦଳ ପକ୍ଷରୁ ବିଭିନ୍ନ ସ୍ଥାନରେ ସଭାସମିତି ଆୟୋଜନ କରି ଭୋଟରଙ୍କୁ ଆକୃଷ୍ଟ କରିବା ସହ ଗାଁ ଗାଁ ଏବଂ ଘର ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ପ୍ରାର୍ଥୀ ଓ ପ୍ରଚାରକ। ଆଜି ସଦର ନିର୍ବାଚନ ମଣ୍ତଳୀ ସାର୍ଥା ପଞ୍ଚାୟତରେ ବିଜେପି ବିଧାୟକ ପ୍ରାର୍ଥୀ ମାନସ ଦତ୍ତଙ୍କ ପାଇଁ ପ୍ରଚାର କରିଥିଲେ ବିଜେପିର ଷ୍ଟାର ପ୍ରଚାରକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀ। ରାଜ୍ୟରେ କେନ୍ଦ୍ର ଅନୁଦାନକୁ ଠିକ୍ ଭାବରେ ବିନିଯୋଗ କରାଯାଉ ନ ଥିବା ଏବଂ ସ୍ୱର୍ଗତ ମଦନ ମୋହନ ଦତ୍ତଙ୍କ ବିୟୋଗ ଆମ ପାଇଁ ସୁଯୋଗ ବୋଲି କହିଥିବା ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଉପରେ ପ୍ରବଳ ବର୍ଷିଥିଲେ କେନ୍ଦ୍ରମନ୍ତ୍ରୀ ପ୍ରଧାନ। ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ମନ୍ତ୍ରୀ ରାଜା ସ୍ୱାଇଁଙ୍କ ବୟାନକୁ ନେଇ ପ୍ରବଳ ବର୍ଷିବା ସହିତ ମାନସ ଦତ୍ତଙ୍କୁ ପଦ୍ମ ଫୁଲ ଚିହ୍ନରେ ଭୋଟ ଦେବାକୁ ଭୋଟରଙ୍କୁ ନିବେଦନ କରିଥିଲେ। ଅନ୍ୟପଟେ ଅନ୍ୟ ଦୁଇଟି ପ୍ରମୁଖ ରାଜନୈତିକ ଦଳ ମଧ୍ୟ ବାଲେଶ୍ୱରରେ ପ୍ରଚାରକୁ ଜୋରଦାର କରିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ