Masthead

ମାନସଙ୍କ ପାଇଁ ପ୍ରଚାର କଲେ ଦୁଇ କେନ୍ଦ୍ରମନ୍ତ୍ରୀ

ବସ୍ତା, (ବଡ଼ ଖବର ବ୍ୟୁରୋ): ଉପନିର୍ବାଚନ ଯେତିକି ପାଖେଇ ଆସୁଛି, ପ୍ରଚାର ମଇଦାନ ସେତେ ସରଗରମ ହେବାରେ ଲାଗିଛି। ଉପନିର୍ବାଚନ ପାଇଁ ବାଲେଶ୍ୱର ସଦର ମଇଦାନରେ ଦେଖିବାକୁ ମିଳିଛି ଜୋରଦାର ପ୍ରଚାର। ବିଭିନ୍ନ ଦଳ ପକ୍ଷରୁ ବିଭିନ୍ନ ସ୍ଥାନରେ ସଭାସମିତି ଆୟୋଜନ କରି ଭୋଟରଙ୍କୁ ଆକୃଷ୍ଟ କରିବା ସହ ଗାଁ ଗାଁ ଏବଂ ଘର ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ପ୍ରାର୍ଥୀ ଓ ପ୍ରଚାରକ। ଆଜି ସଦର ନିର୍ବାଚନ ମଣ୍ତଳୀ ସାର୍ଥା ପଞ୍ଚାୟତରେ ବିଜେପି ବିଧାୟକ ପ୍ରାର୍ଥୀ ମାନସ ଦତ୍ତଙ୍କ ପାଇଁ ପ୍ରଚାର କରିଥିଲେ ବିଜେପିର ଷ୍ଟାର ପ୍ରଚାରକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀ। ରାଜ୍ୟରେ କେନ୍ଦ୍ର ଅନୁଦାନକୁ ଠିକ୍ ଭାବରେ ବିନିଯୋଗ କରାଯାଉ ନ ଥିବା ଏବଂ ସ୍ୱର୍ଗତ ମଦନ ମୋହନ ଦତ୍ତଙ୍କ ବିୟୋଗ ଆମ ପାଇଁ ସୁଯୋଗ ବୋଲି କହିଥିବା ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଉପରେ ପ୍ରବଳ ବର୍ଷିଥିଲେ କେନ୍ଦ୍ରମନ୍ତ୍ରୀ ପ୍ରଧାନ। ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ମନ୍ତ୍ରୀ ରାଜା ସ୍ୱାଇଁଙ୍କ ବୟାନକୁ ନେଇ ପ୍ରବଳ ବର୍ଷିବା ସହିତ ମାନସ ଦତ୍ତଙ୍କୁ ପଦ୍ମ ଫୁଲ ଚିହ୍ନରେ ଭୋଟ ଦେବାକୁ ଭୋଟରଙ୍କୁ ନିବେଦନ କରିଥିଲେ। ଅନ୍ୟପଟେ ଅନ୍ୟ ଦୁଇଟି ପ୍ରମୁଖ ରାଜନୈତିକ ଦଳ ମଧ୍ୟ ବାଲେଶ୍ୱରରେ ପ୍ରଚାରକୁ ଜୋରଦାର କରିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ 🔴 ସପ୍ତାହରେ ୩ଥର ଡାଳିମ୍ବ ଖାଇବା ଦ୍ୱାରା ଆପଣଙ୍କୁ ଅନେକ ଆଶ୍ଚର୍ଯ୍ୟଜନକ ଲାଭ ମିଳିଥାଏ…… 🔴 ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା 🔴 ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ  🔴 ଆସୁଛି ଆଉ ଏକ ଲଘୁଚାପ 🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ 🔴 ସପ୍ତାହରେ ୩ଥର ଡାଳିମ୍ବ ଖାଇବା ଦ୍ୱାରା ଆପଣଙ୍କୁ ଅନେକ ଆଶ୍ଚର୍ଯ୍ୟଜନକ ଲାଭ ମିଳିଥାଏ…… 🔴 ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା 🔴 ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ  🔴 ଆସୁଛି ଆଉ ଏକ ଲଘୁଚାପ