Masthead

ରାସ୍ତା ପାଲଟିଛି ମରଣଯନ୍ତା

ବାଲିଆପାଳ, (ବଡ଼ ଖବର ବ୍ୟୁରୋ): ସରକାର ଜନସାଧାରଣଙ୍କ ମୌଳିକ ସୁବିଧା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ରାସ୍ତା ଭଳି ଅନେକ ପ୍ରକଳ୍ପ ତିଆରି ହେଉଛି । କିନ୍ତୁ ଏମିତି ଗାଁ ଅଛି ଯେଉଁଠି ରାସ୍ତାର ଅବସ୍ଥା ଅତି ଶୋଚନୀୟ । ଲୋକେ କୁହନ୍ତି ଯମ ମଧ୍ୟ ଗ୍ରାମକୁ ପ୍ରବେଶ କରିବାକୁ ଡ଼ରୁଛି । ଦୀର୍ଘଦିନ ଧରି ମରାମତି ହେଉନଥିବାରୁ ରାସ୍ତା ଏବେ ମରଣଯନ୍ତା ପାଲଟିଛି ।

ବାଲିଆପାଳ ବ୍ଲକ୍ ଦେଉଳା ପଞ୍ଚାୟତର ବାସୁଦେବପୁର । ଏହି ଗାଁ ରାସ୍ତା ଦୀର୍ଘଦିନ ହେବ ମରାମତି ହୋଇନାହିଁ । ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ରାସ୍ତା ଅବସ୍ଥା ଅତି ଖରାପ ହୋଇପଡିଛି। ଅସରାଏ ବର୍ଷାରେ ରାସ୍ତା କାଦୁଅ ପଚପଚ । ଗମନାଗମନରେ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି ଗାଁ ଲୋକେ । ଗ୍ରାମର ଏହା ମୁଖ୍ୟରାସ୍ତା । ରାସ୍ତା ମରାମତି ପାଇଁ ଗ୍ରାମବାସୀ ବହୁବାର ସରପଞ୍ଚ ଓ ବ୍ଲକ ପ୍ରଶାସନକୁ ଲିଖିତ ଅଭିଯୋଗ କରିଛନ୍ତି । ମାତ୍ର ପ୍ରଶାସନ ଶୁଣୁନଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି। ଆଗାମୀ ଦିନରେ ରାସ୍ତା ମରାମତି କରାନଗଲେ ଗ୍ରାମବାସୀ ଆନ୍ଦୋଳନକୁ ଉହ୍ଲାଇବାକୁ ଧମକ ଦେଇଛନ୍ତି। ଏହି ଗାଁ ରାସ୍ତା କେବେ ମରାମତି ହେଉଛି ‘ବଡ଼ ଖବର’ ନଜର ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ