Masthead

ଆଜିଠୁ ଜମିବ ଐତିହାସିକ ବାଲିଯାତ୍ରା

କଟକ (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେଉଛି ଐତିହାସିକ ବାଲିଯାତ୍ରା କଟକ-୨୦୨୫ । ମହୋତ୍ସବ ପାଇଁ ପ୍ରଶାସନ ପକ୍ଷରୁ ସବୁ କାର୍ଯ୍ୟରେ ଏବେ ଶେଷ ସ୍ପର୍ଶ ଦିଆଯାଉଛି । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍‌ଘାଟନ କରିବେ । ବାଲିଯାତ୍ରାକୁ ଏଥର ଆକର୍ଷଣୀୟ କରିବା ପାଇଁ ଶ୍ରେୟା ଘୋଷାଲ ଓ ହର୍ଷଦୀପ କୌର ସଂଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ‘କଟକ ଇନ୍‌ କଟକ’ରେ ଓଡ଼ିଆ ଭାଷା, ସାହିତ୍ୟ ଥିମ୍‌ରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏଥର ପାଖାପଖି ୧୬୦୦ ଷ୍ଟଲ୍‌ ପଡ଼ିଛି । ଅନ୍ୟପକ୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ କମିସନରେଟ୍‌ ପୁଲିସ ପକ୍ଷରୁ ୫୦ ପ୍ଲାଟୁନ୍‌ ଫୋର୍ସ ଓ ୩୦୦ରୁ ଅଧିକ ଅଫିସର ମୁତୟନ ହେବେ ।

୧୨ ତାରିଖ ପର୍ଯ୍ୟନ୍ତ ଚାଲିବ ଐତିହାସିକ ବାଲିଯାତ୍ରା। ତେବେ ଆଉ ଗୋଟିଏ ଦିନ ବଢ଼ିବାର ଯୋଜନା ରହିଥିବା କୁହାଯାଉଛି । ଉଦ୍‌ଘାଟନୀ ଉତ୍ସବରେ ସନ୍ଧ୍ୟା ସାଢ଼େ ୫ଟାରେ ମହାନଦୀ ଆଳତି, ପୂଜା ଓ କୀର୍ତ୍ତନ ଏବଂ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହେବ । ପରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ମୁଖ୍ୟମନ୍ତ୍ରୀ ଉତ୍ସବକୁ ଉଦ୍‌ଘାଟନ କରିବେ । ଏହାସହ ସମ୍ମାନିତ ଅତିଥି ଭାବେ ଇଣ୍ଡୋନେସିଆର ରାଷ୍ଟ୍ରଦୂତ ଇନା ଏଚ୍‌ କୃଷ୍ଣମୂର୍ତ୍ତୀଙ୍କ ସମେତ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସାଂସଦଙ୍କ ସମେତ କଟକ ଜିଲ୍ଲା ଓ ଆଖପାଖ ନିର୍ବାଚନ ମଣ୍ଡଳୀର ବିଧାୟକ ଓ ବିଧାୟିକାଙ୍କୁ ନିମନ୍ତ୍ରଣ କରାଯାଇଥିବା ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉ ସାହେବ ଶିନ୍ଦେ ସୂଚନା ଦେଇଛନ୍ତି । ଏହା ସହ ପ୍ରତି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ । ପ୍ରଥମ ସନ୍ଧ୍ୟାରେ ଇଣ୍ଡୋନେସିଆନ୍‌ ଟିମ୍‌ ନିଜ କଳା ନୈପୁଣ୍ୟ ପ୍ରଦର୍ଶନ କରିବେ ଯାହା ଆକର୍ଷଣ ପାଲଟିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ