Masthead

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ହାଣି ହତ୍ୟା

ବଣାଇ (ବଡ଼ ଖବର ବ୍ୟୁରୋ): ମହୁଲପଦା ଥାନାର ସାନଜଲ ଗ୍ରାମରରେ ପୂର୍ବ ଶତ୍ରୁତା କୁନେଇ ପଡୋଶୀକୁ ହାଣି ହତ୍ୟା । ଗ୍ରାମବାସୀଙ୍କ ଦ୍ଵାରା ଅଭିଯୁକ୍ତ ଅଟକ ।ସୁନ୍ଦରଗଡ଼ ଜିଲ୍ଲାର ମହୁଲପଦା ଥାନା ସାନଜଲ ଗ୍ରାମରେ ଗତକାଲି ବିଳମ୍ୱିତ ରାତିରେ ଘଟିଛି ଏକ ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଡୋଶୀର ଟାଙ୍ଗିଆ ଚୋଟରେ ଯାଇଛି ଜଣଙ୍କର ଜୀବନ । ସାନଜଲ ଗ୍ରାମର ଦୋଳ ଦେହୁରୀ ଓ ପଡୋଶୀ ଶୁକ ଦେହୁରୀଙ୍କ ମଧ୍ୟରେ ଦୀର୍ଘଦିନ ଧରି ତିକ୍ତତା ଲାଗି ରହିଥିଲା ।

ଗତରାତି ଏହା ଉଗ୍ର ରୂପ ନେଇଥିଲା । ପରିଣାମ ସ୍ୱରୂପ ଶୁକ ଦେହୁରୀ ଏକ ଟାଙ୍ଗିଆରେ ଦୋଳ ଦେହୁରୀକୁ ଆକ୍ରମଣ କରି ହତ୍ୟା କରିଥିଲା । ଘଟଣା ଜଣାପଡିବା ପରେ ଗ୍ରାମବାସୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଶୁକକୁ ଅଟକ ରଖି ପୋଲିସକୁ ଖବର ଦେଇଛନ୍ତି । ମହୁଲପଦା ପୋଲିସ ଏବେ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ଅଭିଯୁକ୍ତକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା