Before Header

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି

0 23

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଏଥି ପାଇଁ ନୀତି ନିର୍ଘଣ୍ଟ ହୋଇସାରିଛି । ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି ଅପରାହ୍ଣ ୪ଟାରୁ ରାତି ୮ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଶ୍ରୀଜିଉଙ୍କ ବନକଲାଗି ଏକ ଗୁପ୍ତ ସେବା । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବ । ମହାସ୍ନାନ ପରେ ସର୍ବସାଧାରଣ ଦର୍ଶନ ହେବ ।

Leave A Reply

Your email address will not be published.