Masthead

ଶ୍ରୀମନ୍ଦିରରେ ବନକଲାଗି ନୀତି, ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ୪ଘଣ୍ଟା ବନ୍ଦ ରହିବ ଦର୍ଶନ । ନୀତି ଶେଷ ପରେ ଆରମ୍ଭ ହେବ ସର୍ବସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ପ୍ରାୟ ୪ଘଣ୍ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ବନକଲାଗି ନୀତି ପରେ ଠାକୁରଙ୍କ ମହାସ୍ନାନ କରାଯିବା ପରେ ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା