Masthead

ଶ୍ରୀମନ୍ଦିରରେ ବନକଲାଗି ନୀତି, ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ୪ଘଣ୍ଟା ବନ୍ଦ ରହିବ ଦର୍ଶନ । ନୀତି ଶେଷ ପରେ ଆରମ୍ଭ ହେବ ସର୍ବସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ପ୍ରାୟ ୪ଘଣ୍ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ବନକଲାଗି ନୀତି ପରେ ଠାକୁରଙ୍କ ମହାସ୍ନାନ କରାଯିବା ପରେ ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା