ଆଜି ଶ୍ରୀଜିଉଙ୍କ ବନକଲାଗି, ସାଢେ ୩ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ସାଢେ ୩ ଘଣ୍ଟା ବନ୍ଦ ରହିବ ଦର୍ଶନ । ଦ୍ଵିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ସନ୍ଧ୍ୟା ୭ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ ଦତ୍ତ ମହାପାତ୍ର ସେବକ ମାନେ ବିଭିନ୍ନ ପ୍ରାକୃତିକ ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର କରିବେ। ଦ୍ଵିତୀୟ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ଭିତରୁ ଜୟ ବିଜୟ ଦ୍ଵାର ବନ୍ଦ କରାଯିବ।

ଠାକୁରଙ୍କୁ ମଇଲମ କରାଯିବା ସହ ପହୁଡ ଆଳତି କରାଯିବ। ବନକଲାଗି ନୀତି ସରିବା ପରେ ଶ୍ରୀଜିଉଙ୍କୁ ମହାସ୍ନାନ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନ ଲାଗି , ବଡ ସିଂହାର ବେଶ , ବଡ ସିଂହାର ଭୋଗ ଏବଂ ରାତ୍ର ପହୁଡ କରାଯିବ। ବନକ ଲାଗି ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସାଧାରଣ ଲୋକ ଏହି ସମୟରେ ଦର୍ଶନରୁ ବଞ୍ଚିତ ରହିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!