Masthead

ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ମହାପ୍ରଭୁଙ୍କ ବନକଲାଗି । ବନକଲାଗି ସମୟରେ ସର୍ବସାଧାରଣ ଠାକୁର ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସନ୍ଧ୍ୟା ୬ଟାରୁ ରାତି ୧୧ଟା ଦର୍ଶନ ମନା । ୫ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ । ଏହି ସମୟ ମଧ୍ୟରେ କେବଳ ସେବାୟତମାନେ ନୀତିକାନ୍ତି ସମ୍ପନ୍ନ କରିବେ । ବନକଲାଗି ନୀତି ହେଉଛି ଶ୍ରୀଜୀଉମାନଙ୍କ ଶ୍ରୀଅଙ୍ଗରେ ପ୍ରାକୃତିକ ଔଷଧୀୟ ଲେପ ଓ ରଙ୍ଗ ଲଗାଇବାର ଏକ ପ୍ରାଚୀନ ପରମ୍ପରା ।

ଦତ୍ତ ମହାପାତ୍ର ସେବାୟତମାନେ ପାରମ୍ପରିକ ରୀତିନୀତି ଅନୁଯାୟୀ ଏହି ସେବା ସମ୍ପନ୍ନ କରନ୍ତି । ଏହା ଶ୍ରୀଜୀଉମାନଙ୍କ ଶ୍ରୀବିଗ୍ରହର ସୌନ୍ଦର୍ଯ୍ୟ ଓ ପବିତ୍ରତା ରକ୍ଷା ସହ ଜଡ଼ିତ ଏକ ଗୁରୁତ୍ୱପୂର୍ଣ୍ଣ ନୀତି । ଦ୍ୱିତୀୟ ଭୋଗମଣ୍ଡପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ସମ୍ପନ୍ନ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ନୀତି ସମ୍ପାଦନ କରିବେ । ବନକଲାଗି ଶେଷ କରି ଦତ୍ତମହାପାତ୍ର ସେବାୟତମାନେ ଗର୍ଭଗୃହ ବାହାରକୁ ଆସିଲେ ସିଂହାସନ ଧୁଆ ସହ ମହାପ୍ରଭୁଙ୍କ ମହାସ୍ନାନ ଆଦି ନୀତି ବଢ଼ି ପୁନଃ ଠାକୁରଙ୍କ ଦର୍ଶନ ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ