ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ମହାପ୍ରଭୁଙ୍କ ବନକଲାଗି । ବନକଲାଗି ସମୟରେ ସର୍ବସାଧାରଣ ଠାକୁର ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସନ୍ଧ୍ୟା ୬ଟାରୁ ରାତି ୧୧ଟା ଦର୍ଶନ ମନା । ୫ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ । ଏହି ସମୟ ମଧ୍ୟରେ କେବଳ ସେବାୟତମାନେ ନୀତିକାନ୍ତି ସମ୍ପନ୍ନ କରିବେ । ବନକଲାଗି ନୀତି ହେଉଛି ଶ୍ରୀଜୀଉମାନଙ୍କ ଶ୍ରୀଅଙ୍ଗରେ ପ୍ରାକୃତିକ ଔଷଧୀୟ ଲେପ ଓ ରଙ୍ଗ ଲଗାଇବାର ଏକ ପ୍ରାଚୀନ ପରମ୍ପରା ।

ଦତ୍ତ ମହାପାତ୍ର ସେବାୟତମାନେ ପାରମ୍ପରିକ ରୀତିନୀତି ଅନୁଯାୟୀ ଏହି ସେବା ସମ୍ପନ୍ନ କରନ୍ତି । ଏହା ଶ୍ରୀଜୀଉମାନଙ୍କ ଶ୍ରୀବିଗ୍ରହର ସୌନ୍ଦର୍ଯ୍ୟ ଓ ପବିତ୍ରତା ରକ୍ଷା ସହ ଜଡ଼ିତ ଏକ ଗୁରୁତ୍ୱପୂର୍ଣ୍ଣ ନୀତି । ଦ୍ୱିତୀୟ ଭୋଗମଣ୍ଡପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ସମ୍ପନ୍ନ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ନୀତି ସମ୍ପାଦନ କରିବେ । ବନକଲାଗି ଶେଷ କରି ଦତ୍ତମହାପାତ୍ର ସେବାୟତମାନେ ଗର୍ଭଗୃହ ବାହାରକୁ ଆସିଲେ ସିଂହାସନ ଧୁଆ ସହ ମହାପ୍ରଭୁଙ୍କ ମହାସ୍ନାନ ଆଦି ନୀତି ବଢ଼ି ପୁନଃ ଠାକୁରଙ୍କ ଦର୍ଶନ ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’