Masthead

ଆଜି ବସିବ ନୀତି ସବ-କମିଟି ବୈଠକ

ପୁରୀ  (ବଡ଼ ଖବର ବ୍ୟୁରୋ): ବନକ ଲାଗି ନୀତିକୁ ନେଇ ବଢୁଛି ବିବାଦ । ଆଜି ବସିବ ନୀତି ସବ୍-କମିଟି ବୈଠକ । ବୈଠକରେ ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର କେବେ ଓ କେଉଁଦିନ ହେବ, ସେନେଇ ନିଷ୍ପତ୍ତି ହେବ । ବୈଠକର ଚୂଡ଼ାନ୍ତ ନିଷ୍ପତ୍ତି ଅନୁସାରେ ବନକଲାଗି ନୀତି କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଗତ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବନକଲାଗି ନୀତି କରିବା ପାଇଁ ଦତ୍ତମହାପାତ୍ର ସେବାୟତଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା ।

ତେବେ ଗୁରୁବାର ବନକଲାଗି କରିବାକୁ ପ୍ରସ୍ତୁତ ହୋଇ ଶ୍ରୀମନ୍ଦିର ଆସିଥିଲେ ଦତ୍ତ ମହାପାତ୍ର ସେବାୟତ । ବନକ ଘରେ ପ୍ରସ୍ତୁତି ଆରମ୍ଭ କରିଥିବା ବେଳେ ନୀତି ନ କରିବାକୁ କହିଥିଲେ ଶ୍ରୀମନ୍ଦିର କମାଣ୍ଡର । ତେଣୁ ସେବକମାନେ ମୁଖ୍ୟ ପ୍ରଶାସକଙ୍କୁ ଭେଟି ବନକଲାଗି ନୀତି କରିବା ପାଇଁ ଅନୁମତି ଦେବାକୁ ଅନୁରୋଧ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ