Masthead

ବନକଲାଗି ନୀତି ପାଇଁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିଥାଏ । ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ କଟକଣା ରହିବ । ସନ୍ଧ୍ୟା ୬ଟାରୁ ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦତ୍ତ ମହାପାତ୍ର ସେବକ ମାନଙ୍କ ଦ୍ୱାରା ଏହି ଗୁପ୍ତ ନୀତି ସମ୍ପାଦନ କରାଯିବ। ପ୍ରାକୃତିକ ରଙ୍ଗରେ ଶ୍ରୀଜୀଉ ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଥାଏ । ବନକଲାଗି ନୀତି ପରେ ମହାସ୍ନାନ ହୋଇ ଦର୍ଶନ ସ୍ୱାଭାବିକ ଚାଲିବ । ଆଜି ଠାକୁରଙ୍କ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ୟ୍ୟ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ