Masthead

ବନକଲାଗି ନୀତି ପାଇଁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିଥାଏ । ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ କଟକଣା ରହିବ । ସନ୍ଧ୍ୟା ୬ଟାରୁ ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦତ୍ତ ମହାପାତ୍ର ସେବକ ମାନଙ୍କ ଦ୍ୱାରା ଏହି ଗୁପ୍ତ ନୀତି ସମ୍ପାଦନ କରାଯିବ। ପ୍ରାକୃତିକ ରଙ୍ଗରେ ଶ୍ରୀଜୀଉ ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଥାଏ । ବନକଲାଗି ନୀତି ପରେ ମହାସ୍ନାନ ହୋଇ ଦର୍ଶନ ସ୍ୱାଭାବିକ ଚାଲିବ । ଆଜି ଠାକୁରଙ୍କ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ୟ୍ୟ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ