Masthead

ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ବନକଲାଗି ନୀତି ପାଇଁ ସନ୍ଧ୍ୟା ୬ରୁ ରାତି ୧୦ଟା ଦର୍ଶନ ବନ୍ଦ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ । ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି , ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ । ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ