Masthead

ଶ୍ରୀଜିଉଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ମାଘ ଶୁକ୍ଳ ଦ୍ୱାଦଶୀ । ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି। ତେଣୁ ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ।

ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହେବ। ସେପଟେ ଫେବୃଆରୀ ୨୩ ତାରିଖରୁ ନାଟମଣ୍ଡପ ଅବଶିଷ୍ଟ ମରାମତି କା~ðý ଆରମ୍ଭ ହୋଇ ୧୯ ମାର୍ଚ୍ଚ ମଧ୍ୟରେ ନାଟମଣ୍ଡପ କାମ ଶେଷ କରିବାକୁ ବୈଠକରେ ନିଷ୍ପତି ହୋଇଛି । ନିଳାଦ୍ରୀ ଭକ୍ତ ନିବାସରେ ଛତିଶା ନିଯୋଗର ବୈଠକରେ ଏହି ନିଷ୍ପତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ