Masthead

ଓଡ଼ିଶାରେ ପ୍ରଥମ ଥର ଚାଲିବ ସେମି ହାଇସ୍ପିଡ ଟ୍ରେନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୧୮ରୁ ଗଡିବ ପୁରୀ ହାୱଡ଼ା ବନେ୍ଦ ଭାରତ ଏକ୍ସପ୍ରେସ୍ । ଓଡ଼ିଶାରେ ପ୍ରଥମ ଥର ଚାଲିବ ସେମି ହାଇସ୍ପିଡ ଟ୍ରେନ । ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି । ଘଣ୍ଟାପ୍ରତି ୧୮୦ କିମି ବେଗରେ ଚାଲିବ ଟ୍ରେନ । ପୁରୀ ଓ ହାୱଡା ମଧ୍ୟରେ ଚଳାଚଳ କରିବ ଏହି ସେମି ହାଇସ୍ପିଡ୍ ଟ୍ରେନ୍ । ଯାହାକୁ ନେଇ ପୁରୀ ରେଳ ଷ୍ଟେସନରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି । ରେଳ ଟ୍ରାକକୁ ରଙ୍ଗ କରାଯାଉଛି ।

ବନ୍ଦେ ଭାରତ ଶୁଭାରମ୍ଭ ଉତ୍ସବରେ ପୁରୀ ଷ୍ଟେସନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମେତ ଓଡ଼ିଶାର ଅନ୍ୟ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି । ପୂର୍ବତଟ ରେଳପଥ ପକ୍ଷରୁ ରେଳ ବୋର୍ଡକୁ ଦିଆଯାଇଥିବା ପ୍ରସ୍ତାବ ଅନୁସାରେ, ପ୍ରତିଦିନ ଚାଲିବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସ ସକାଳ ୬ଟା ୧୦ରେ ହାୱଡା ଷ୍ଟେସନରୁ ବାହାରି ୧୨ଟା ୨୫ରେ ପୁରୀରେ ପହଞ୍ଚିବ।

ସେହିପରି ଅପରାହ୍ନ ଗୋଟାଏ ୫୦ ମିନିଟରେ ପୁରୀ ଷ୍ଟେସନ ଛାଡ଼ିବ ଓ ସନ୍ଧ୍ୟା ସାଢ଼େ ୮ଟାରେ ହାୱଡାରେ ପହଞ୍ଚିବ। ଖୋର୍ଦ୍ଧା ରୋଡ୍, ଭୁବନେଶ୍ୱର, କଟକ, ଯାଜପୁର ରୋଡ୍, ଭଦ୍ରକ, ବାଲେଶ୍ୱର, ଖଡ଼ଗପୁର ଷ୍ଟେସନରେ ୨ ମିନିଟ ଲେଖାଏଁ ଏହି ଟ୍ରେନ୍ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ