Masthead

ସ୍କୁଲ ବହିରେ ରହିବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) ସାଢେ ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢିବାର ସୁଯୋଗ ପାଇବେ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଆଜି ଏ ସଂକ୍ରାନ୍ତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି।


ସୂଚନାଯୋଗ୍ୟ ଯେ ନିକଟରେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ମଇ ୩୦ରେ ସାରା ରାଜ୍ୟ ତଥା ସାରା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆ ଭାଇଭଉଣୀମାନେ ଏହି ସଂଗୀତକୁ ଏକ ସମୟରେ ଗାନ କରି ଭାବମୟ ପରିବେଶ ସୃଷ୍ଟି କରିଥିଲେ। ଗୌରବମଣ୍ଡିତ ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ମହାନ ସଂଗୀତ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଓଡ଼ିଆ ଜାତୀୟତାର ଭାବକୁ ସୁଦୃଢ କରିବା ସହିତ ଓଡ଼ିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା