Masthead

ଆଜି ବାଙ୍ଗାଲୋର–ଦିଲ୍ଲୀ ମହାମୁକାବିଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମହିଳା ପ୍ରିମିୟମ ଲିଗରେ ଆଜି ମହାମୁକାବିଲା । ଫାଇନାଲ ଲଢ଼େଇଲେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର। ନୂଆଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ସାଢ଼େ ୭ଟାରେ ଖେଳାଯିବ ମ୍ୟାଚ୍ । ରୋମାଞ୍ଚକ ଭାବେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ ୫ ରନରେ ହରାଇ ଫାଇନାଲରେ ପହଞ୍ଚିଛି ଆରସିବି । ଦିଲ୍ଲୀ କ୍ରମାଗତ ଭାବେ ଦ୍ବିତୀୟ ଥର ଫାଇନାଲ ଖେଳିବାକୁ ଯାଉଛି । ମାତ୍ର ରୟାଲ ଚ୍ୟାଲେଞ୍ଜର୍ସ ପ୍ରଥମ କରି ଫାଇନାଲ ଖେଳିବ ।

ସୀମିତ ସମୟ ମଧ୍ୟରେ ଅଗଣିତ ଫ୍ୟାନ୍ ସୃଷ୍ଟି କରି ଟାଇଟଲ ହାତେଇବା ଲକ୍ଷ୍ୟରେ ରହିଛି ଆରସିବି । ମେଗା ଲ୍ୟାନିଂଙ୍କ ନେତୃତ୍ବାଧୀନ କ୍ୟାପିଟାଲ୍ସ ଗତବର୍ଷ ଫାଇନାଲରେ ମୁମ୍ବାଇ ଇଣ୍ଡିଆନ୍ସ ଠାରୁ ପରାଜିତ ହୋଇଥିଲା । ଏଥର ଦଳ ଲିଗ୍ ପର୍ଯ୍ୟାୟରେ ଚମତ୍କାର ପ୍ରଦର୍ଶନ କରି ପଏଣ୍ଟ ତାଲିକାର ଶୀର୍ଷ ସ୍ଥାନ ଦଖଲ କରିବା ସହ ସିଧାସଳଖ ଫାଇନାଲରେ ପ୍ରବେଶ କରିଥିଲା । ସେପଟେ ଫାଇନାଲରେ ପହଞ୍ଚିବାକୁ ବହୁ ସଂଘର୍ଷ କରିଥିଲା ଆରସିବି । ମୁମ୍ବାଇ ଇଣ୍ଡିଆନ୍ସକୁ ଏଲିମିନେଟର ମୁକାବିଲାରେ ହରାଇ ଆରସିବି ଫାଇନାଲରେ ଏଣ୍ଟ୍ରି ମାରିଛି । ଏବେ ଟାଇଟଲ ହାସଲ ଲକ୍ଷ୍ୟରେ ସ୍ମୃତି ବାହୀନି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ