Masthead

ଆଜି ବାଙ୍ଗାଲୋର–ଦିଲ୍ଲୀ ମହାମୁକାବିଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମହିଳା ପ୍ରିମିୟମ ଲିଗରେ ଆଜି ମହାମୁକାବିଲା । ଫାଇନାଲ ଲଢ଼େଇଲେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର। ନୂଆଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ସାଢ଼େ ୭ଟାରେ ଖେଳାଯିବ ମ୍ୟାଚ୍ । ରୋମାଞ୍ଚକ ଭାବେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ ୫ ରନରେ ହରାଇ ଫାଇନାଲରେ ପହଞ୍ଚିଛି ଆରସିବି । ଦିଲ୍ଲୀ କ୍ରମାଗତ ଭାବେ ଦ୍ବିତୀୟ ଥର ଫାଇନାଲ ଖେଳିବାକୁ ଯାଉଛି । ମାତ୍ର ରୟାଲ ଚ୍ୟାଲେଞ୍ଜର୍ସ ପ୍ରଥମ କରି ଫାଇନାଲ ଖେଳିବ ।

ସୀମିତ ସମୟ ମଧ୍ୟରେ ଅଗଣିତ ଫ୍ୟାନ୍ ସୃଷ୍ଟି କରି ଟାଇଟଲ ହାତେଇବା ଲକ୍ଷ୍ୟରେ ରହିଛି ଆରସିବି । ମେଗା ଲ୍ୟାନିଂଙ୍କ ନେତୃତ୍ବାଧୀନ କ୍ୟାପିଟାଲ୍ସ ଗତବର୍ଷ ଫାଇନାଲରେ ମୁମ୍ବାଇ ଇଣ୍ଡିଆନ୍ସ ଠାରୁ ପରାଜିତ ହୋଇଥିଲା । ଏଥର ଦଳ ଲିଗ୍ ପର୍ଯ୍ୟାୟରେ ଚମତ୍କାର ପ୍ରଦର୍ଶନ କରି ପଏଣ୍ଟ ତାଲିକାର ଶୀର୍ଷ ସ୍ଥାନ ଦଖଲ କରିବା ସହ ସିଧାସଳଖ ଫାଇନାଲରେ ପ୍ରବେଶ କରିଥିଲା । ସେପଟେ ଫାଇନାଲରେ ପହଞ୍ଚିବାକୁ ବହୁ ସଂଘର୍ଷ କରିଥିଲା ଆରସିବି । ମୁମ୍ବାଇ ଇଣ୍ଡିଆନ୍ସକୁ ଏଲିମିନେଟର ମୁକାବିଲାରେ ହରାଇ ଆରସିବି ଫାଇନାଲରେ ଏଣ୍ଟ୍ରି ମାରିଛି । ଏବେ ଟାଇଟଲ ହାସଲ ଲକ୍ଷ୍ୟରେ ସ୍ମୃତି ବାହୀନି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା