Masthead

ବଙ୍ଗୋମୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି

ବଙ୍ଗୋମୁଣ୍ଡା (ବଡ଼ ଖବର ବ୍ୟୁରୋ): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓଙ୍କୁ ସମୁଦାୟ ୧୯୬ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୯୦ ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୫ଟି ସାମୁହିକ ଦରଖାସ୍ତ ଥିଲା ।

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । କିଛି ମାମଲାର ଶୁଣାଣିର ତୁରନ୍ତ ସମାଧାନ ହେଇଛି ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିଦେ୍ର୍ଦଶ ଦେଇଛନ୍ତି । ଜିଲ୍ଲାପାଳ ତାଙ୍କ ଏହି ଗସ୍ତରେ ବଙ୍ଗୋମୁଣ୍ଡା ବ୍ଲକ ବିଭିନ୍ନ ଗ୍ରାମ ପଞ୍ଚାୟତ ବୁଲି ଦେଖିଥିଲେ । ସେ ସିନ୍ଧେକେଲାର ଗ୍ରାମୀଣ ପାର୍କ, ଗ୍ରାମୀଣ ଶିଳ୍ପ ପାର୍କ, ଅମୃତ ସରୋବର, ସିନ୍ଧେକେଲା, ଭୂର୍ଷଗୁଡ଼ା ୫ଟି ସ୍କୁଲ ଜମଖୁଣ୍ଟା, ୫ଟି ସ୍କୁଲ ଝଲପ ବୁଲି ଦେଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ