Masthead

ହିଂସାରେ ଜଳୁଛି ବାଂଲାଦେଶ: ଭାରତ ସୀମାରେ ହାଇଆଲର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜଳୁଛି ବାଂଲାଦେଶ। ବାଂଲାଦେଶରେ ସୃଷ୍ଟି ହୋଇଥିବା ରାଜନୈତିକ ଅସ୍ଥିରତାକୁ ନେଇ ଭାରତ ସୀମାରେ ହାଇ ଆଲର୍ଟ ଜାରି କରାଯାଇଛି। ମେଘାଳୟରେ ରାତ୍ରୀକାଳୀନ କର୍ଫ୍ୟୁ ଜାରି କରାଯାଇଛି। ସୀମା ସୁରକ୍ଷା ଦାୟିତ୍ବରେ ଥିବା ବିଏସଏଫ୍‌କୁ ସତର୍କତା ଜାରି କରାଯାଇଛି। ବାଂଲାଦେଶ ସଂଲଗ୍ନ ୪୦୯୬ କିମି ସୀମାରେ ମୁତୟନ ଥିବା ବିଏସଏଫ୍ ୟୁନିଟଗୁଡିକୁ ସତର୍କ ରହିବାକୁ ନିର୍ଦେଶ ଦିଆଯାଇଛି। କାରଣ ରାଜନୈତିକ ଅସ୍ଥିରତାର ସୁଯୋଗ ନେଇ ଆତଙ୍କବାଦୀମାନେ ଭାରତ ସୀମା ମଧ୍ୟକୁ ଅନୁପ୍ରବେଶ କରିବାର ଆଶଙ୍କା ରହିଛି। ତେଣୁ ପ୍ରତିଟି ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ଅନୁପ୍ରବେଶ ରୋକିବାକୁ ବିଏସଏଫ୍‌କୁ ନିର୍ଦେଶ ଦିଆଯାଇଛି। ପାଟ୍ରୋଲିଂକୁ କଡାକଡି କରିଛି ଆସାମ।

ବିଏସଏଫ୍‌ର କାର୍ଯ୍ୟକାରୀ ମହାନିର୍ଦେଶକ ଦଲଜିତ୍‌ ସିଂହ ଚୌଧାରୀ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ସୋମବାର କଲକାତାରେ ପହଞ୍ଚି ସୀମା ସୁରକ୍ଷା ସ୍ଥିତିର ସମୀକ୍ଷା କରିଛନ୍ତି। ଏହା ସହିତ ସେନା ହେଲିକପ୍ଟର ସୀମାନ୍ତ ଉପରେ ନଜର ରଖିଛି। ସଂରକ୍ଷଣ ବ୍ୟବସ୍ଥାକୁ ବିରୋଧ କରି ବାଂଲାଦେଶରେ ହିଂସାକାଣ୍ଡ ଘଟିଛି। ସେପଟେ ୟୁକେରେ ଶରଣାର୍ଥୀ ପାଇଁ ଆବେଦନ କରିବେ ଶେଖ୍ ହସିନା। ସୋମବାର ହିଣ୍ଡନ ଏୟାରବେସରେ ସେ ପହଞ୍ଚିଥିଲେ। ହିଂସାକାରୀଙ୍କ ଚାପରେ ପ୍ରଧାନମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେଇ ଦେଶ ଛାଡିଛନ୍ତି। ଚାକିରି କ୍ଷେତ୍ରରେ ସଂରକ୍ଷଣ ଉଚ୍ଛେଦ ଦାବି ବାଂଲାଦେଶର ସ୍ଥିତି ପୁରା ଓଲଟପାଲଟ କରିଦେଲା ।

ପ୍ରବଳ ବିକ୍ଷୋଭର ସମ୍ମୁଖୀନ ହେବା ପରେ ଇସ୍ତଫା ଦେଇ ଦେଶ ଛାଡ଼ି ପଳାୟନ କରିଛନ୍ତି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସୀନା । ପରିସ୍ଥିତି ଅଣାୟତ୍ତ ହେବା ପରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଲୁଚି ପଳାଇଛନ୍ତି । ତେବେ ହସିନା ଘରଛାଡି ପଳାଇବା ପରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପଶିଥିଲେ ବିକ୍ଷୋଭକାରୀ । ଆଉ ଏଠାରେ ଖୁସି ମନାଇଥିଲେ । ପ୍ରଧାନମନ୍ତ୍ରୀଙ୍କ ବେଡ ଉପରେ ଶୋଇବା ସହ ଏହାର ଭିଡିଓ ବନାଇଥିଲେ । ରୋଷେଇ ଘରେ ପଶି ମିଠା ଖାଇଥିଲେ । ଏଥିସହ ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅନେକ ଜିନିଷ ବି ବୋହିନେଇଛନ୍ତି ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ