Masthead

ବାଂଲାଦେଶର ଏକ ବ୍ୟବସାୟିକ ପ୍ରତିଷ୍ଠାନରେ ଭୟାବହ ଅଗ୍ନିକାଣ୍ଡ; ୪୪ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବାଂଲାଦେଶ ରାଜଧାନୀ ଢାକାରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୪୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର ହୋଇଛନ୍ତି । ବାଂଲାଦେଶ ଢ଼ାକାର ବେଲି ରୋଡରେ ଥିବା ଏକ ବିରିୟାନି ସେଣ୍ଟରରେ ଗତକାଲି ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ରାତି ପ୍ରାୟ ୯ଟା ୫୦ରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ପରେ ଉପର ମହଲାକୁ ନିଆଁ ଦ୍ରୁତ ବେଗରେ ବ୍ୟାପିଥିଲା। ଫଳରେ ଅନେକ ଲୋକେ ବିଲ୍ଡିଂରେ ଫସି ରହିଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା।

ବିଲ୍ଡିଂରେ ନିଆଁ ଲାଗି ୪୪ରୁ ଅଧିକ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୨୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି। ବିଲ୍ଡିଂରୁ ୭୦ରୁ ଅଧିକ ଲୋକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଥିବା ଅଗ୍ନିଶମ ବିହାନୀ ପକ୍ଷରୁ କୁହାଯାଇଛି। ତେବେ ନିଆଁର ପ୍ରକୋପ ଏତେ ଥିଲା ଯେ ଏହାକୁ ଆୟତ୍ତ କରିବାକୁ ପ୍ରାୟ ୨ ଘଣ୍ଟା ସମୟ ଲାଗିଥିଲା। ଏହି ଅଗ୍ନିକାଣ୍ଡ କାରଣର ତଦନ୍ତ କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା