Masthead

ବାଂଲାଦେଶର ଏକ ବ୍ୟବସାୟିକ ପ୍ରତିଷ୍ଠାନରେ ଭୟାବହ ଅଗ୍ନିକାଣ୍ଡ; ୪୪ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବାଂଲାଦେଶ ରାଜଧାନୀ ଢାକାରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୪୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର ହୋଇଛନ୍ତି । ବାଂଲାଦେଶ ଢ଼ାକାର ବେଲି ରୋଡରେ ଥିବା ଏକ ବିରିୟାନି ସେଣ୍ଟରରେ ଗତକାଲି ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ରାତି ପ୍ରାୟ ୯ଟା ୫୦ରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ପରେ ଉପର ମହଲାକୁ ନିଆଁ ଦ୍ରୁତ ବେଗରେ ବ୍ୟାପିଥିଲା। ଫଳରେ ଅନେକ ଲୋକେ ବିଲ୍ଡିଂରେ ଫସି ରହିଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା।

ବିଲ୍ଡିଂରେ ନିଆଁ ଲାଗି ୪୪ରୁ ଅଧିକ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୨୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି। ବିଲ୍ଡିଂରୁ ୭୦ରୁ ଅଧିକ ଲୋକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଥିବା ଅଗ୍ନିଶମ ବିହାନୀ ପକ୍ଷରୁ କୁହାଯାଇଛି। ତେବେ ନିଆଁର ପ୍ରକୋପ ଏତେ ଥିଲା ଯେ ଏହାକୁ ଆୟତ୍ତ କରିବାକୁ ପ୍ରାୟ ୨ ଘଣ୍ଟା ସମୟ ଲାଗିଥିଲା। ଏହି ଅଗ୍ନିକାଣ୍ଡ କାରଣର ତଦନ୍ତ କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା