କୃଷ୍ଣଙ୍କୁ ମିଳୁନି ସହାୟତା

ବଙ୍ଗୋମୁଣ୍ଡା(ବଡ଼ ଖବର ବ୍ୟୁରୋ): ବାଟ ହୁଡିଛି ସରକାରୀ ଯୋଜନା । ଥିଲାବାଲା ଯୋଜନାରେ ଅନ୍ତଭୁକ୍ତ ଥିବା ବେଳେ ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ଫାଇଦା । ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅଲଣ୍ଡା ପଂଚାୟତର ବକାଗୁରା ଗାଁରେ ଦେଖିବାକୁ ମିଳିଛି ଏହାର ଜ୍ୱଳନ୍ତ ଉଦାହରଣ । ବକାଗୁରା ଗାଁର ୭୦ ବର୍ଷୀୟା କୃଷ୍ଣମହାନନ୍ଦା । ଦଳିତ ବୃଦ୍ଧା ଅତି ଦୟନୀୟ ଭାବେ କାଟୁଛନ୍ତି ଦିନ । ପଲିଥିନ ଟଣା ଝାଟିମାଟି ଘରେ ସବୁବେଳେ ରହୁଛି ସାପର ଭୟ । ଭାଗ୍ୟ ଓ ଭଗବାନଙ୍କ ଭରଷାରେ ଦିନ କାଟୁଛନ୍ତି କୃଷ୍ଣ । ଆବାସ ଯୋଜନାରେ ପକ୍କାଘର ଖଣ୍ଡେ ଲାଗି ରାଜନେତାଙ୍କଠାରୁ ପ୍ରଶାସନିକ ଅଧିକାରୀଙ୍କୁ ଗୁହାରି କରିଥିଲେ ସୁଦ୍ଧା କିଛି ସୁଫଳ ମିଳିନାହିଁ । ଆବାସ ଯୋଜନାରେ ପକ୍କାଘର ଖଣ୍ଡେ ମିଳିଲେ ବାକି ଜୀବନ ଖୁସିରେ କାଟି ଦିଅନ୍ତି ବୋଲି କହିଛନ୍ତି କୃଷ୍ଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!