Masthead

ନୂଆଖାଇ ପାଇଁ ସୋମବାର ବନ୍ଦ ରହିବ ରାଜ୍ୟର ସମସ୍ତ ବ୍ୟାଙ୍କ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ଆସନ୍ତା ସୋମବାର (ସେପ୍ଟେମ୍ବର ୯ ତାରିଖ)ରେ ରାଜ୍ୟରେ ସମସ୍ତ ବ୍ୟାଙ୍କ ବନ୍ଦ ରହିବ। ଏଥିସହ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ୍‌ ସଂସ୍ଥା ମଧ୍ୟ ବନ୍ଦ ରହିବ। ସମସ୍ତ ବ୍ୟାଙ୍କ ଛୁଟି ରହିବା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। କିଛି ଦିନ ପୂର୍ବରୁ ନୂଆଁଖାଇ ପାଇଁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର।

ଚଳିତ ବର୍ଷ ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପଡୁଛି। ତେବେ ସେହିଦିନ ରବିବାର ଦିବସ ହୋଇଥିବାରୁ ୯ ତାରିଖକୁ ଅର୍ଥାତ୍ ଆସନ୍ତା ସୋମବାରକୁ ମୁଖ୍ୟମନ୍ତ୍ରୀ ଛୁଟି ଘୋଷଣା କରିଛନ୍ତି। ସେହିଦିନ ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..