Masthead

ବନ୍ଧୁକ ମୁନରେ ବ୍ୟାଙ୍କ୍ ଲୁଟ

ଭୋଗରାଇ, (ବଡ଼ ଖବର ବ୍ୟୁରୋ) : ଦିନକୁ ଦିନ ବାଲେଶ୍ୱର ଜିଲ୍ଲାରେ ବୃଦ୍ଧି ପାଇବାରେ ଲାଗିଛି ଚୋରୀ ଏବଂ ଡକାୟତି । ଦିନ ଦ୍ୱି ପ୍ରହରରେ ହେଉଛି ଲୁଟ । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଚୌକି ୟୁକୋ ବ୍ୟାଙ୍କରୁ ହୋଇଛି ଲୁଟ । ବନ୍ଧୁକ ମୁନରେ ଲୁଟି ନେଲେ କୋଡିଏ ଲକ୍ଷରୁ ଉଦ୍ଧ୍ୱର୍ ଟଙ୍କା ଓ ସୁନା ଗହଣା । ସୂଚନା ଅନୁଯାୟୀ, ପାଞ୍ଚ ଜଣ ଦୁର୍ବୁତ୍ତ ବ୍ୟାଙ୍କ ଭିତରେ ପଶି ପ୍ରଥମେ ଗ୍ରାହକ ଓ ବ୍ୟାଙ୍କ କର୍ମଚାରୀମାନଙ୍କ ପାଖରୁ ମୋବଇଲ ଛଡାଇ ନେଇଥିଲେ । ପରେ ବନ୍ଧୁକ ଭୁଜାଲି ଦେଖାଇ ଷ୍ଟ୍ରଙ୍ଗ ରୁମରୁ ଟଙ୍କା ଓ ସୁନା ନେଇ ଫେରାର ହୋଇଯାଇଥିଲେ । ପରେ ଘଟଣାସ୍ଥଳରେ ଭୋଗରାଇ ପୋଲିସ ପହଞ୍ଚି ଅତିରିକ୍ତ ବ୍ରାଞ୍ଚ ମ୍ୟାନେଜରକୁ ପଚରା ଉଚୁରା କରିଛି । ଏହାସହିତ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ଜଳେଶ୍ୱର ଏସଡିପିଓ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା