Masthead

ବ୍ୟାଙ୍କରୁ ଲୁଟିନେଲେ ୪୦ ଲକ୍ଷ ସହ ସବୁ ସୁନା

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ବନ୍ଧୁକ ମୁନରେ ବ୍ୟାଙ୍କ ଲୁଟ । ପୁରା ବ୍ୟାଙ୍କ କଳାକନା ବୁଲାଇଲେ ଲୁଟେରା । ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ଚନ୍ଦନେଶ୍ୱର ସ୍ଥିତ ୟୁନିୟନ ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍ ହୋଇଛି। ୭ରୁ ୮ଜଣ ଡକାୟତ ବ୍ୟାଙ୍କ ଭିତରେ ପଶି ବନ୍ଧୁକ ଦେଖାଇ ଲୁଟ କରିଛନ୍ତି । ବ୍ୟାଙ୍କ କର୍ମଚାରୀଙ୍କୁ ତାଲା ପକାଇ ପ୍ରାୟ ୩୦ରୁ ୪୦ ଲକ୍ଷ ଟଙ୍କା ଓ ସବୁ ସୁନା ଲୁଟି ନେଇଛନ୍ତି । ଦୁର୍ବୃତ୍ତମାନେ ଟଙ୍କା, ସୁନା ଲୁଟି ପଶ୍ଚିମବଙ୍ଗକୁ ପଳାଇଥିବା ଜଣାପଡ଼ିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବ୍ୟାଙ୍କ ତାଲା ଖୋଲିବା ସହ ବ୍ୟାଙ୍କ କର୍ମଚାରୀଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ