Masthead

ନୃଂଶସ ସ୍ୱାମୀ

ବାଂଶପାଳ, (ବଡ଼ ଖବର ବ୍ୟୁରୋ): ହୋମ ନିଅକୁ ସାକ୍ଷୀ ରଖି ସାତଜନ୍ମର ସାଥୀ ହୋଇ ରହିବା ଲାଗି କଥା ଦେଇଥିଲେ । ଗୋଟିଏ ଜନ୍ମ ଅଧା ହୋଇନାହିଁ, ହାତ ଛାଡିଦେଲେ ସ୍ୱାମୀ । ସ୍ତ୍ରୀକୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି । କେନ୍ଦୁଝର ଜିଲ୍ଲା ନୟାକୋଟ ଥାନା ରୁଗୁଡ଼ିସାହିରେ ଘଟିଛି ଏଭଳି ବିଭତ୍ସ ହତ୍ୟାକାଣ୍ଡ । ରୁଗୁଡ଼ିସାହିର ଯଦୁ ମହାଖୁଡ଼ ତାଙ୍କ ସ୍ତ୍ରୀ ବନିତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି ।

ବନିତାଙ୍କ ପରପୁରୁଷଙ୍କ ସହ ସମ୍ପର୍କ ଥିଲା । ଯାହାକି ଯଦୁଙ୍କ ଦେହରେ ଯାଇନଥିଲା । ସ୍ତ୍ରୀର ପରକିୟାପ୍ରୀତି ସମ୍ପର୍କରେ ଜାଣିବା ପରେ ମୁଣ୍ଡକୁ ପୀତ ଚଢ଼ିଯାଇଥିଲା । ପ୍ରଥମେ ଝଗଡା । ପରେ ଟାଙ୍ଗିଆରେ ହାଣି ଫେରାର ହୋଇଯାଇଥିଲେ ଯଦୁ । ପୋଲିସ ଅଭିଯୁକ୍ତ ଯଦୁଙ୍କୁ ଗିରଫ କରିଛି । ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇ ତଦନ୍ତ ଜାରି ରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ