Masthead

ବରମୁଣ୍ଡା ବସ ଟର୍ମିନାଲ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡ ରାଜ୍ୟର ସବୁଠାରୁ ବ୍ୟସ୍ତବହୁଳ ବସଷ୍ଟାଣ୍ଡ । ରାଜ୍ୟର ବିଭିନ୍ନ ସ୍ଥାନକୁ ଏଠାରୁ ବସ୍ ଚଳାଚଳ କରିଥାଏ । ହଜାର ହଜାର ଯାତ୍ରୀ ମଧ୍ୟ ପ୍ରତିଦିନ ବିଭିନ୍ନ ସ୍ଥାନକୁ ବସ ଯୋଗେ ଯାଇଥାନ୍ତି । ତେଣୁ ଏହାକୁ ଏକ ଅତ୍ୟାଧୁନିକ ରୂପ ଦେବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କାମ ଆରମ୍ଭ ହୋଇଛି । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରମୁଣ୍ଡାର ଆନ୍ତଃରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ କାର୍ୟ୍ୟ ବୁଲି ଦେଖିବା ସହ ଏହି କାର୍ୟ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି । ଗୋଟିଏ ଖଣ୍ଡଗିରିସ୍ଥ ବସ୍ ଡିପୋ ଏବଂ ଅନ୍ୟଟି ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ ।

ଖଣ୍ଡଗିରି ବସ୍ ଡିପୋ କାର୍ଯ୍ୟ ସମ୍ପୂର୍ଣ୍ଣ  ହୋଇଯାଇଛି ଏବଂ ମୁଖ୍ୟମନ୍ତ୍ରୀ ଆଜି ତାହା ବୁଲି ଦେଖିଥିଲେ ଏବଂ ଉନ୍ନତ ନିର୍ମାଣ କାର୍ୟ୍ୟ ସହିତ ବସ୍ ରହିବାର ସୁବ୍ୟବସ୍ଥା ହୋଇଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ । ଏହି କାର୍ୟ୍ୟ ପାଇଁ ମୋଟ ୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାର୍ୟ୍ୟ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।ମୁଖ୍ୟମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ, ଭୁବନେଶ୍ବର ମହାନଗର ନିଗମର କମିଶନର ଓ ପୋଲିସ କମିଶନର ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ