Masthead

ଜାମ୍ମୁ କାଶ୍ମୀରରେ ବର୍ବର କାଣ୍ଡ : ଏସପିଓ ଏବଂ ପତ୍ନୀଙ୍କୁ ହତ୍ୟା, ଝିଅ ଗୁରୁତର

(ବଡ଼ ଖବର ବ୍ୟୁରୋ): ଜମ୍ମୁ କାଶ୍ମୀରରେ ଆତଙ୍କବାଦୀମାନେ ଗୋଟିଏ ପରେ ଗୋଟିଏ ଅଭାବନୀୟ କାଣ୍ଡ ଘଟାଇବାରେ ଲାଗିଛିନ୍ତି । ଏୟାରପୋର୍ଟର ଏୟାରଫୋର୍ସ ଷ୍ଟେସନରେ ଆତଙ୍କୀମାନେ ଡ୍ରୋନ ଆଟାକ କରିବା ପରେ ଏବେ କରିଛନ୍ତି ବର୍ବର କାଣ୍ଡ । ଜମ୍ମୁ କଶ୍ମୀରର ତ୍ରାଲରେ ଆତଙ୍କବାଦୀମାନେ ଘରେ ପଶି ଜଣେ ଏସପିଓ ଓ ତାଙ୍କ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି । ସହିଦ ହୋଇଥିବା ଏସପିଓ ଯବାନ ହେଉଛନ୍ତି ଫାଇଜଲ ଅହମଦ । ତେବେ ସହିଦ ଯବାନଙ୍କ ଝିଅ ଗୁରୁତର ଭାବେ ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କଶ୍ମୀର ଜୋନ ଅବନ୍ତୀପୋରାର ହରିପରିଗିଗାମର ରହୁଥିବା ଏସପିଓ ଯବାନ ଅହମଦଙ୍କ ହଠାତ୍ ଆତଙ୍କବାଦୀମାନେ ଘରେ ପଶିଥିଲେ । ତେବେ କେହି କିଛି ବୁଝିବା ପୂର୍ବରୁ ସେମାନେ ଆଖି ବୁଜା ଗୁଳିଚଳାଇଥିଲେ ।

ଏହି ଗୁଳିମାଡ଼ରେ ଅହମଦଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ପତ୍ନୀ ଓ ଝିଅ ଗୁରୁତର ହୋଇଥିଲେ । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ପତ୍ନୀଙ୍କ ମୃତ୍ୟୁ ହେବା ସହ ଝିଅ ଏବେ ମୃତ୍ୟୁ ସହ ସଂଗ୍ରାମ କରୁଛି । ଖବର ପାଇ ସେହି ଅଞ୍ଚଳରେ ସେନା ପକ୍ଷରୁ ଘେରାବନ୍ଦୀ କରିବା ସହ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ