Masthead

ଅସଜଡ଼ା ଭିତ୍ତିଭୂମିରେ ଆରମ୍ଭ ହେବ ଧାନ କିଣାବିକା

ବରଗଡ଼ (ବଡ଼ ଖବର ବ୍ୟୁରୋ): ସରିନି ଟୋକନ ଦେବା ପ୍ରକ୍ରିୟା । ସଜଡ଼ା ହୋଇନି ଭିତ୍ତିଭୂମି । ତଥାପି ଧାନବିକ୍ରି ପାଇଁ ସରକାର ସଜବାସ । ଆସନ୍ତା ୯ ତାରିଖରୁ ଆରମ୍ଭ ହେବ ଧାନ କିଣାବିକା ପ୍ରକ୍ରିୟା । ଚଳିତ ବର୍ଷ ବରଗଡ଼ ଜିଲ୍ଲାରେ ଖରିଫ ଧାନଫସଲ ଭଲ ହୋଇଛି । ଚାଷୀ ମଧ୍ୟ ବେଶ ଆଶାବାଦୀ ଅଛନ୍ତି ।

ସୋମବାରଠାରୁ ବରଗଡ଼ ଜିଲ୍ଲାରେ ୨୦୨୦-୨୧ ପାଇଁ ଖରିଫ ଧାନ ସଂଗ୍ରହ ପକ୍ରିୟା ଆରମ୍ଭ ହେବ । ଏହାର ସୁପରିଚାଳନା ପାଇଁ ଆକ୍ସନ ପ୍ଲାନ ପ୍ରସ୍ତୁତି ସକାଶେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ ବରଗଡ଼ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟରେ ୪୪ ଲକ୍ଷ ୭୫ ହଜାର କ୍ୟୁଣ୍ଟାଲ ଧାନ ସଂଗ୍ରହ କରାଯିବ ବୋଲି ବୈଠକରେ ଉପସ୍ଥିତ ଥିବା ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରଜନୀକାନ୍ତ ଦାସ କହିଛନ୍ତି । ଏଥିରେ ୧୦୦ ପ୍ରତିଶତ କଷ୍ଟମ ମିଲିଂ ଚାଉଳ ଫେରାଇଥିବା ୪୯ଟି ମିଲର୍ସ ଧାନ ସଂଗ୍ରହ ପ୍ରକ୍ରିୟାରେ ସାମିଲ ହେବେ । ପରେ ୬୪ ମିଲର୍ସଙ୍କୁ ଏହି ପ୍ରକ୍ରିୟାରେ ସାମିଲ କରାଯିବ । ଶନିବାର ସୁଦ୍ଧା ୧ ଲକ୍ଷ ୩୫ ହଜାର ୬୩୨ ଜଣ ଚାଷୀଙ୍କୁ ଟୋକନ ପ୍ରଦାନ କରାଯାଇଛି । ଟୋକନରେ ଉଲ୍ଲେଖ ଥିବା ତାରିଖରୁ ୧ମାସ ମଧ୍ୟରେ ଚାଷୀ ଧାନ ବିକ୍ରି କରିପାରିବେ । ଏଥର ୫୮ ଟି ପେକ୍ସ ଓ ୧୪ଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ସହାୟତରେ ୧୫୮ଟି କ୍ରୟ ସେଣ୍ଟରରେ ଧାନ କିଣା ହେବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ବରଗଡ଼ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାପରିଷଦ ଅଧ୍ୟକ୍ଷ ମୁକ୍ତା ସାହୁ, ସାଂସଦ ସୁରେଶ ପୁଝାରୀ, ବରଗଡ଼ ବିଧାୟକ ଦେବେଶ ଆଚାର୍ୟ୍ୟ, ଅତବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କ ସମେତ ଚାଷୀ ପ୍ରତିନିଧି ଓ ଅନ୍ୟ ପ୍ରଶାସନିକ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ