Masthead

ବରଗଡ଼ ପାଲଟିବ ମଥୁରା ନଗରୀ, ଆଜିଠୁ ଆରମ୍ଭ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା

ବରଗଡ଼ (ବଡ଼ ଖବର ବ୍ୟୁରୋ): ଦୁଲୁକିବ ବିଶ୍ୱର ସବୁଠୁ ବଡ଼ ମୁକ୍ତାକାଶ ରଙ୍ଗମଞ୍ଚ । ଆଜିଠୁ ବରଗଡ଼ ପାଲଟିବ ମଥୁରା ନଗରୀ, ଅମ୍ବାପଲ୍ଲୀ ହେବ ଗୋପପୁର । ୧୧ ଦିନ ଚାଲିବ କଂସ ମହାରାଜଙ୍କ ରାଜୁତି । ଆଜିଠୁ ଆରମ୍ଭ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା, ବରଗଡ଼ ପାଲଟିବ ମଥୁରା ନଗରୀ, ଅମ୍ବାପାଲି ହେବ ଗୋପପୁର । ଜିରା ନଦୀ ପାଲଟିଯିବ ଯମୁନା, ଆଉ ବରଗଡ଼ ସହରବାସୀ ପାଲଟିଯିବେ ଜଣେ ଜଣେ କଳାକାର । ଗଣତନ୍ତ୍ରର ଶାସନ ଭିତରେ ୧୧ଦିନ ଧରି ଚାଲିବ ମହାରାଜ କଂସଙ୍କ ପ୍ରତିକାତ୍ମକ ରାଜତନ୍ତ୍ର । ଧନୁଯାତ୍ରା ପାଇଁ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ପୁରା ବରଗଡ଼ ସହର ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ।

୧୧ଦିନ ଧରି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଂଚରେ ଦ୍ୱାପର ଯୁଗର କୃଷ୍ଣ ଲୀଳାର ଝଲକ ଦେଖିବାକୁ ମିଳିବ, କାରଗାରରେ ଜନ୍ମଠାରୁ ନେଇ ଲୀଳାଖେଳା ଏବଂ କଂସ ବଦ୍ଧକୁ ନେଇ ୧୧ଦିନ ଧରି ଚାଲିବ ବିଭିନ୍ନ କାର୍ୟ୍ୟକ୍ରମ । ୮କିଲୋମିଟର ପରିଧି ମଧ୍ୟରେ ରାଜଦରବାର, ରଙ୍ଗମହଲ ଏବଂ ନନ୍ଦ ରାଜାଙ୍କ ଦରବାର ସମେତ ୧୦ଟି ସ୍ଥାନରେ ଧନୁଯାତ୍ରା ଅନୁଷ୍ଠିତ ହେବ । ପ୍ରଥମ ଦିନରେ ଦେବକୀ-ବସୁଦେବ ବିବାହ , ଦୈବବାଣୀ, ଉଗ୍ରସେନକୁ ଗାଦିଚ୍ୟୁତ କରି ଆରମ୍ଭ ହେବ କଂସ ମହାରାଜାଙ୍କ ରାଜୁତି । ୧୧ଦିନ ଧରି ଚାଲିବାକୁ ଥିବା ଧନୁଯାତ୍ରାରେ ମେଳା ମହୋତ୍ସବ ସାଙ୍ଗକୁ ବିଭିନ୍ନ ସାଂସ୍କୃତିକ କାର୍ୟ୍ୟକ୍ରମ ଦେଖିବାକୁ ମିଳିବ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ