Masthead

ଆଖି ବୁଜିଲେ ବରଗଡ଼ ନାବାଳିକା

ବରଗଡ଼ (ବଡ଼ ଖବର ବ୍ୟୁରୋ): ଆଖି ବୁଜିଲେ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକା । ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ନାବାଳିକା । ବରଗଡ଼ ଦାୟିତ୍ୱରେ ଥିବା ବଲାଙ୍ଗିର ଏସ୍‌ପି ଅଭିଳାଷ.ଜିଙ୍କ ସୂଚନା । ଡାକ୍ତର ମୃତ ଘୋଷଣା କରିଥିବା କହିଲେ ଭାରପ୍ରାପ୍ତ ଏସ୍‌ପି । ବୁର୍ଲା ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ ବୁର୍ଲା ଅଣାଯାଇଥିଲା । ଫିରିଙ୍ଗିମାଲ ଗାଁରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିଲେ ।

ଆଜି ସକାଳୁ ଗାଇସିଲଟ ଥାନା ଫିରିଙ୍ଗିମାଳ ଗାଁରେ ୧୩ ବର୍ଷର ନାବାଳିକାଙ୍କୁ କିଏ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା । ନିଜ ଘର ପଛପଟ ପଡ଼ିଆରେ ନାବାଳିକା ଜଣଙ୍କ ଜଳୁଥିବାର ଦେଖିବାକୁ ପାଇଥିଲେ ପାଖ ପଡୋଶୀ । ନିଆଁ ଲିଭାଇବା ସହ ନାବାଳିକା କେମିତି ପୋଡ଼ି ହେଲେ ବୋଲି ପଚାରିଥିଲେ । ଆଉ ଜଳି ଯାଇଥିବା ନାବାଳିକା କହିଥିଲେ ତାଙ୍କ ସହ କଣ ହୋଇଛି ।

କେହି ଜଣେ ଝିଅ ତାଙ୍କୁ ହତ୍ୟା କରିବାକୁ ଚାହୁଥିବା ନିଜ ବୟାନରେ କହିଛନ୍ତି ନାବାଳିକା ଜଣଙ୍କ । ଅଷ୍ଟମ ଶ୍ରେଣୀରେ ପଢୁଥିବା ୧୩ ବର୍ଷୀୟା ନାବାଳିକା ପୋଡ଼ିକୁ ନେଇ ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳି ଯାଇଛି । ନାବାଳିକା ଝିଅକୁ କିଏ ଜାଳିଦେଲା ନା ସେ ନିଜେ ପୋଡ଼ି ହୋଇଛନ୍ତି, ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି