ଆଖି ବୁଜିଲେ ବରଗଡ଼ ନାବାଳିକା

ବରଗଡ଼ (ବଡ଼ ଖବର ବ୍ୟୁରୋ): ଆଖି ବୁଜିଲେ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକା । ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ନାବାଳିକା । ବରଗଡ଼ ଦାୟିତ୍ୱରେ ଥିବା ବଲାଙ୍ଗିର ଏସ୍‌ପି ଅଭିଳାଷ.ଜିଙ୍କ ସୂଚନା । ଡାକ୍ତର ମୃତ ଘୋଷଣା କରିଥିବା କହିଲେ ଭାରପ୍ରାପ୍ତ ଏସ୍‌ପି । ବୁର୍ଲା ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ ବୁର୍ଲା ଅଣାଯାଇଥିଲା । ଫିରିଙ୍ଗିମାଲ ଗାଁରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିଲେ ।

ଆଜି ସକାଳୁ ଗାଇସିଲଟ ଥାନା ଫିରିଙ୍ଗିମାଳ ଗାଁରେ ୧୩ ବର୍ଷର ନାବାଳିକାଙ୍କୁ କିଏ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା । ନିଜ ଘର ପଛପଟ ପଡ଼ିଆରେ ନାବାଳିକା ଜଣଙ୍କ ଜଳୁଥିବାର ଦେଖିବାକୁ ପାଇଥିଲେ ପାଖ ପଡୋଶୀ । ନିଆଁ ଲିଭାଇବା ସହ ନାବାଳିକା କେମିତି ପୋଡ଼ି ହେଲେ ବୋଲି ପଚାରିଥିଲେ । ଆଉ ଜଳି ଯାଇଥିବା ନାବାଳିକା କହିଥିଲେ ତାଙ୍କ ସହ କଣ ହୋଇଛି ।

କେହି ଜଣେ ଝିଅ ତାଙ୍କୁ ହତ୍ୟା କରିବାକୁ ଚାହୁଥିବା ନିଜ ବୟାନରେ କହିଛନ୍ତି ନାବାଳିକା ଜଣଙ୍କ । ଅଷ୍ଟମ ଶ୍ରେଣୀରେ ପଢୁଥିବା ୧୩ ବର୍ଷୀୟା ନାବାଳିକା ପୋଡ଼ିକୁ ନେଇ ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳି ଯାଇଛି । ନାବାଳିକା ଝିଅକୁ କିଏ ଜାଳିଦେଲା ନା ସେ ନିଜେ ପୋଡ଼ି ହୋଇଛନ୍ତି, ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ